ଭୁବନେଶ୍ବର : ମିଆଁମାର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଏକ ଲଘୁଚାପରେ ପରିଣତ ହୋଇଛି ।ଏହି ଲଘୁଚାପ କ୍ଷେତ୍ରଟି ଏବେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଛି ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଏହାର ପ୍ରଭାବରେ ଆସନ୍ତା ୨୫ରୁ ୨୮ ସେପ୍ଟେମ୍ବର ପର୍ଯ୍ୟନ୍ତ ଓଡ଼ିଶା, ପଶ୍ଚିମବଙ୍ଗ, ଉତ୍ତର-ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ପରବର୍ତ୍ତୀ ୫ ଦିନରେ ପଶ୍ଚିମ ମଧ୍ୟପ୍ରଦେଶ, ଗୁଜୁରାଟ,କୋଙ୍କଣ,ଗୋଆ ଆଦିରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ବିଭାଗ କହିଛି ।
ଅନ୍ୟପକ୍ଷରେ ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ ବି ଲଘୁଚାପ ସୃଷ୍ଟି ହେବା ନେଇ ସ୍ପଷ୍ଟ କରିଛି । ଏହି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ମୌସୁମୀ ସକ୍ରିୟ ରହିବା ସମ୍ଭାବନା ରହିଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/09/Low-Pressure-in-Bay-of-Bengal_Rain-From-25th_Weather_Thumbnail.jpg)