ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ୨ଦିନ ଯାଏଁ ହୋଇପାରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ: ଆଗାମୀ ୭୨ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହାର ପ୍ରଭାବରେ ରାଜ୍ୟରେ ଅଗଷ୍ଟ ୨ରୁ ୩ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅର୍ଥାତ ଅଗଷ୍ଟ ୧ ତାରିଖ ବେଳକୁ ବର୍ଷାର ପରିମାଣ ବୃଦ୍ଧି ପାଇପାରେ ବୋଲି ଅନୁମାନ କରାଯାଉଛି। ତେଣୁ ୨ଦିନ ଯାଏ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି।

ରାଜ୍ୟର କଳାହାଣ୍ଡି, କନ୍ଧମାଳ,କୋରାପୁଟ, ମାଲକାନଗିରିରେ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଉଛି। ତେବେ ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ପୁରୀ, ଗଞ୍ଜାମ, ଗଜପତି, ଭଦ୍ରକ, ଖୋର୍ଦ୍ଧା ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରାଯାଉଛି।

ସମ୍ବନ୍ଧିତ ଖବର