ରବିବାରଠାରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ରବିବାରଠାରୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି । ଏହା ଫଳରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଉତ୍ତର ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଛି । ରବିବାର ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଜଗତସିଂହପୁର, କେନ୍ଦ୍ରାପଡ଼ା,ପୁରୀ, ମୟୁରଭଞ୍ଜ, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼,ବୌଦ୍ଧ,କନ୍ଧମାଳ ଓ କୋରାପୁଟରେ ପରବର୍ତ୍ତି ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ପରବର୍ତ୍ତି ଦୁଇଦିନରେ କନ୍ଧମାଳ, କୋରାପୁଟ,ଗଜପତି, ନବରଙ୍ଗପୁର ଆଦି ଜିଲ୍ଲାରେ ବର୍ଷା ହେବ । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବୁଧବାର ବେଳକୁ ଆଭ୍ୟନ୍ତରୀଣ, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଥିବା ଜିଲ୍ଲା ଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଲଘୁଚାପ ଯୋଗୁଁ ପବନର ବେଗ ବଢିବ ଓ ସମୁଦ୍ର ଅଶାନ୍ତ ରହିବ । ଏହା ଫଳରେ ସମୁଦ୍ରକୁ ନଯିବା ପାଇଁ ମତ୍ସ୍ୟଜୀବିମାନଙ୍କୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି ।

ସମ୍ବନ୍ଧିତ ଖବର