୨୦ରେ ଲଘୁଚାପ, ପ୍ରବଳ ବର୍ଷିବ, ୧୦ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ବଙ୍ଗୋପସାଗରରେ ଆସନ୍ତା ୨୦ ତାରିଖ ବେଳକୁ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ କେତୋଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୦ ଓ ୨୧ରେ ରାଜ୍ୟରେ ପ୍ରବଳ ବର୍ଷିବ । ୨୦ ତାରିଖରେ ରାଜ୍ୟର ମାଲକାନଗିରି,କୋରାପୁଟ, ନବରଙ୍ଗପୁର, ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଜଗତସିଂହପୁର, ପୁରୀ, ଗଞ୍ଜାମ, କଳାହାଣ୍ଡି, କେନ୍ଦୁଝର, କଟକ, ଦେବଗଡ଼ ଓସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୧ ତାରିଖରେ ୧୦ଟି ଜିଲ୍ଲା ଯଥା ଝାରସୁଗୁଡ଼ା, ସୁନ୍ଦରଗଡ଼, ଗଞ୍ଜାମ, ବରଗଡ଼, ଅନୁଗୁଳ, ବଲାଙ୍ଗୀର, କଳାହାଣ୍ଡ,ସୋନପୁର, ଦେବଗଡ଼ ଓସମ୍ବଲପୁର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଏହାଛଡ଼ା ଆଉ ୧୦ଟି ଜିଲ୍ଲା ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବ । ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସମ୍ବନ୍ଧିତ ଖବର

Comments are closed.