ବଙ୍ଗୋପସାଗରେ ଲଘୁଚାପ: ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ବଙ୍ଗୋପସାଗରେ ଲଘୁଚାପ: ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ତଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଉପକୂଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସଂପ୍ରତି ଏହା ସଂପୃକ୍ତ ଅଞ୍ଚଳରେ ରହିବା ସହ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ଅଧିକ ରହିଛି।
ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କୋରାପୁଟ, ମାଲକାନଗିରି, ଗଜପତି, ରାୟାଗଡା, ନବରଙ୍ଗପୁର ଏବଂ କନ୍ଧମାଳ, କାଳାହାଣ୍ଡି, ଗଞ୍ଜାମ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହ କୋରାପୁଟ, ମାଲକାନଗିରି, ରାୟଗଡା, କାଲାହାଣ୍ଡି, ଗଜପତି, ନବରଙ୍ଗପୁର ଜିଲ୍ଲାର ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛ ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ଝଡ଼ବର୍ଷା ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ଜାରି ସତର୍କ ସୂଚନାରେ ପରାମର୍ଶ ଦିଆଯାଇଛି। ଆଗାମୀ ସେପ୍ଟେମ୍ବର ୧୫ ତାରଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ଏହିଭଳି ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe