ଭୁବନେଶ୍ୱର: ଆଜି (ରବିବାର) ସକାଳେ ବଙ୍ଗୋପସାଗରର ଉତ୍ତର-ପୂର୍ବ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ସଂପୃକ୍ତ ଅଞ୍ଚଳ ଉପରେ ଅବସ୍ଥିତ ରହିଛି। ତେବେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏବଂ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୧ ତାରିଖ ମଧ୍ୟାହ୍ନ ସୁଦ୍ଧା ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଢ଼େଙ୍କାନାଳ ଜିଲ୍ଲାରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ଲାଲ୍ ଚେତାବନୀ ବା ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ମୟୂରଭଞ୍ଜ, ବାଲେଶ୍ୱର, କଟକ, କେନ୍ଦୁଝର, ଅନୁଗୁଳ, ଦେବଗଡ, ସମ୍ବଲପୁର, କାଳାହାଣ୍ଡି, ସୋନପୁର, ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପୁରୀ, ଖୋର୍ଧା, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, କୋରାପୁଟ, ମାଲକାନଗିରି ଜିଲ୍ଲାରେ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ହଳଦିଆ ବା ୟେଲୋ ଓ୍ଵାର୍ଣ୍ଣିଂ ଜରି କରାଯାଇଛି।
ଅନ୍ୟପକ୍ଷରେ ୨୧ ତାରିଖ ମଧ୍ୟାହ୍ନ ସୁଦ୍ଧା ବରଗଡ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡା ଏବଂ ଦେବଗଡ଼ ଜିଲ୍ଲାରେ ଉପରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ଲାଲ୍ ଚେତାବନୀ ବା ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସୋନପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ଜଗତସିଂହପୁର, ଯାଜପୁର ଏବଂ ଢ଼େଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହ ଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ହଳଦିଆ ବା ୟେଲୋ ଓ୍ଵାର୍ଣ୍ଣିଂ ଜରି କରାଯାଇଛି।
୨୩ ତାରିଖ ମଧ୍ୟାହ୍ନ ସୁଦ୍ଧା ଆଭ୍ୟନ୍ତରୀଣ ଓଡ଼ିଶା ତଥା ଉପକୂଳ ଓଡିଶାର କିଛି ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ; ୨୩ ପର୍ଯ୍ୟନ୍ତ ରାଜ୍ୟରେ ଅତିପ୍ରବଳ ବର୍ଷା; ଜାରି ହେଲା ରେଡ୍ ଓ୍ଵାର୍ଣ୍ଣିଂ
/sambad/media/post_attachments/wp-content/uploads/2020/09/Low-Pressure-3.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)