୪ର୍ଥ ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ

Advertisment

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ବିଶେଷ କମିବ ନାହିଁ। ବରଂ ୧୭ ଓ ୧୮ ତାରିଖ ବେଳକୁ ଉତ୍ତରା ପବନ ହେବାକୁ ଥିବାରୁ ଭୁବନେଶ୍ବର ସହ ବିଭିନ୍ନ ସ୍ଥାନରେ ରାତିର ତାପମାତ୍ରା ୧ରୁ ୨ ଡିଗ୍ରି କମିପାରେ।

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ବିଶେଷ କମିବ ନାହିଁ। ବରଂ ୧୭ ଓ ୧୮ ତାରିଖ ବେଳକୁ ଉତ୍ତରା ପବନ ହେବାକୁ ଥିବାରୁ ଭୁବନେଶ୍ବର ସହ ବିଭିନ୍ନ ସ୍ଥାନରେ ରାତିର ତାପମାତ୍ରା ୧ରୁ ୨ ଡିଗ୍ରି କମିପାରେ।

rainfall

ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ବିଶେଷ କମିବ ନାହିଁ। ବରଂ ୧୭ ଓ ୧୮ ତାରିଖ ବେଳକୁ ଉତ୍ତରା ପବନ ହେବାକୁ ଥିବାରୁ ଭୁବନେଶ୍ବର ସହ ବିଭିନ୍ନ ସ୍ଥାନରେ ରାତିର ତାପମାତ୍ରା ୧ରୁ ୨ ଡିଗ୍ରି କମିପାରେ। ନଭେମ୍ବର ୪ର୍ଥ ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ତାମିଲନାଡ଼ୁ ମଧ୍ୟରେ ସୀମିତ ରହିବ। ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ପଡ଼ିବ ନାହିଁ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ବୁଧବାର ପୂର୍ବାହ୍ନ ମଧ୍ୟରେ ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟାରେ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି। ତେବେ ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଗତକାଲି ରାତିରେ ସେମିଳିଗୁଡ଼ା ଓ ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୧୫.୫ ଡିଗ୍ରି ରେକର୍ଡ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe