୧୪ ଡିସେମ୍ବରରେ ବଙ୍ଗୋପସାଗରରେ ଲଘୁଚାପ

ଆସନ୍ତା ଡିସେମ୍ବର ୧୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହେବ । ୧୨ ତାରିଖରେ ଏହା ଶ୍ରୀଲଙ୍କା ଉପକୂଳ ଛୁଇଁପାରେ...

5ammnxpa

ଭୁବନେଶ୍ବର: ଆସନ୍ତା ଡିସେମ୍ବର ୧୪ ତାରିଖରେ ବଙ୍ଗୋପସାଗରରେ ଆଉ  ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭାରତୀୟ  ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହେବ। ୧୨ ତାରିଖରେ ଏହା ଶ୍ରୀଲଙ୍କା ଉପକୂଳ ଛୁଇଁପାରେ। 

ଅଧିକ ପଢ଼ନ୍ତୁ: ଆଇପିଏସ୍‌ ଆଶିଷ ସିଂହ କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ

୧୪ରେ  ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ଏହା ଲଘୁଚାପ ରୂପ ନେବ। ୪୮ ଘଣ୍ଟାରେ ଏହା ଅବପାତ ରୂପ ନେଇ ଶ୍ରୀଲଙ୍କା ଓ ଦକ୍ଷିଣ ତାମିଲନାଡୁ  ମୁହାଁ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଲଘୁଚାପର ପ୍ରଭାବରେ ଡିସେମ୍ବର ୧୧ ଏବଂ ୧୨ରେ ତାମିଲନାଡୁ ଏବଂ ପୁଡୁଚେରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆନ୍ଧ୍ରପ୍ରଦେଶ ଉପକୂଳରେ ମଧ୍ୟ ବର୍ଷାର ପ୍ରଭାବ ଦେଖିବାକୁ ମିଳିବ।

ଡିସେମ୍ବର ୧୨ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଓଡିଶାର କେତେକ ସ୍ଥାନ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ। ଆଇଏମଡି ଏହା ମଧ୍ୟ କହିଛି ଯେ ଡିସେମ୍ବର ୧୨ ରୁ ୧୪ ମଧ୍ୟରେ କୌଣସି ବର୍ଷା ହେବ ନାହିଁ। ଏହି ସମୟ ମଧ୍ୟରେ ଶୁଖିଲା ପାଗର ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ: ନୂତନ ପୁଲିସ କ୍ୟାମ୍ପ ଉପରେ ନକ୍ସଲଙ୍କ ଅତର୍କିତ ଆକ୍ରମଣ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe