୧୧ରେ ବଙ୍ଗୋପସାଗରରେ ଲଘୁଚାପ

୧୧ରେ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ବର : ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଯାହାକି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ କେନ୍ଦ୍ରୀଭୂତ ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ତେବେ ଏହା ପୂର୍ବରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ଲାଗିରହିବ। ଉପକୂଳ ସମେତ ପଶ୍ଚିମ ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିବ।

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଗୁରୁବାର ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ବାଲେଶ୍ବରଠାରୁ ପୁରୀ ପର୍ଯ୍ୟନ୍ତ ଉପକୂଳବର୍ତୀ ଜିଲ୍ଲା ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ ଓ ସୋନପୁରର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଜୁଲାଇ ୯ରେ ନବରଙ୍ଗପୁର, କୋରାପୁଟ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି। ୧୦ ତାରିଖଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଜିଲ୍ଲାରେ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି କୁହାଯାଇଛି। ଆଜି ଅନୁଗୁଳରେ ସର୍ବାଧିକ ୩୩ ମିମି ବର୍ଷା ହୋଇଥିବା ବେଳେ ଗୋପାଳପୁର, ସୁନ୍ଦରଗଡ଼, ଟିଟିଲାଗଡ଼ରେ ୮ ମିମି ବର୍ଷା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼ରେ ସର୍ବାଧିକ ୮୦.୨ ମିମି ବର୍ଷା ‌ହୋଇଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe