ଭୁବନେଶ୍ବର : ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ସକ୍ରିୟ ରହିଛି । ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ,ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି ।
Sambad is now on WhatsApp
Join and get latest news updates delivered to you via WhatsApp
ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶାର କେତେକ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଉତ୍ତର ଓଡ଼ିଶାର ବାଲେଶ୍ବର ଓ ମୟୁରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ସୁନ୍ଦରଗଡ଼,ଝାରସୁଗୁଡ଼ା ଅନୁଗୁଳ, ଦେବଗଡ଼,ସମ୍ବଲପୁର, ଯାଜପୁର,ଭଦ୍ରକ, କେନ୍ଦୁଝର, ବୌଦ୍ଧ, ଢେଙ୍କାନାଳ ଆଜି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ବା ହଳଦିଆ ସତର୍କତା ଜାରି କରାଯାଇଛି । ଜୁଲାଇ ୩୦ ବେଳକୁ ପଶ୍ଚିମଓଡ଼ିଶାର ସମ୍ବଲପୁର,ସୁନ୍ଦରଗଡ଼,ବରଗଡ଼,ନୂଆପଡ଼ା,ଝାରସୁଗୁଡ଼ା, ବଲାଙ୍ଗୀର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ଦୃଷ୍ଟିରୁ ଆସନ୍ତା ୪୮ ଘଣ୍ଟା ପାଇଁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।