୩ ଦିନ ଧରି ଲଘୁଚାପ ବର୍ଷା, ରାଜ୍ୟରେ କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

Advertisment
ସାରା ରାଜ୍ୟରେ ଲଘୁଚାପ ବର୍ଷା, ୬ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି

Skymet Weather

ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଉପକୂଳ ବାଂଲାଦେଶ ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଆକାରରେ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ପଶ୍ଚିମମୁହାଁ ହୋଇ ପଶ୍ଚିମବଙ୍ଗ, ଝାରଖଣ୍ଡ ତଥା ବିହାର ଆଡ଼କୁ ଗତି କରିବ। ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆସନ୍ତା ୩୦ ତାରିଖ ଯାଏ ଓଡ଼ିଶା ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ। ଏଣୁ ମତ୍ସ୍ୟଜୀବୀମାନଙ୍କୁ ଏହି ସମୟରେ ଗଭୀର ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। କେନ୍ଦ୍ର କହିଛି ଯେ ଗୁରୁବାର ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିଭଳି ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୩୦ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷିବା ସହ ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୩୧ ତାରିଖ ଦିନ ମଧ୍ୟ ନୂଆପଡ଼ା, ନବରଙ୍ଗପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe