ଆଜିଠୁ ଲଘୁଚାପ ବର୍ଷା: ୫ ଜିଲ୍ଲାରେ ଛେଚିବ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Advertisment

ଲଘୁଚାପ ପ୍ରଭାବରେ ଗୁରୁବାରଠାରୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି। ଘଡଘଡି ବିଜୁଳି ସହ ବର୍ଷା ନେଇ ୧୮ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

rain

ଭୁବନେଶ୍ୱର: ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାକୁ ନେଇ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା ଯୋଗୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବରେ ଗୁରୁବାରଠାରୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି। ଘଡଘଡି ବିଜୁଳି ସହ ବର୍ଷା ନେଇ ୧୮ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା ଏବଂ ବଲାଙ୍ଗିରକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି। ସେହିଭଳି ଆସନ୍ତାକାଲି ଶୁକ୍ରବାର ଦକ୍ଷିଣ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ୧୨ଟି ଜିଲ୍ଲାକୁ ବଜ୍ରପାତ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିଭଳି ୭ ତାରିଖ ଶନିବାର ଗଣେଶ ପୂଜାରେ ମଧ୍ୟ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ  ହୋଇଛି। ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ନୟାଗଡ, ଅନୁଗୁଳ ଏବଂ ଢେଙ୍କାନାଳକୁ ସତର୍କତା ଜାରି କରାଯାଇଛି। ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ବର୍ଷା ହେଲେ ମଧ୍ୟ ଗରମ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି।

୬ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୭ ଓ ୮ ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।

ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ପଶୁପାଳକଙ୍କ ପୂର୍ବାନୁମାନ ଅନୁସାରେ, ଲଘୁଚାପ ସୃଷ୍ଟି ପରେ ଏହା ଉତ୍ତର ଦିଗରେ ଗତି କରିବ। କ୍ରମଶଃ ଏହା ଓଡ଼ିଶା ଉପରେ ପ୍ରଭାବ ପକାଇବ। ୧୦ ତାରିଖ ସୁଦ୍ଧା ଏହା ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ ପହଞ୍ଚିବ । ୯, ୧୦ ଓ ୧୧ ତାରିଖରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷା ହେବ ।

ଅଧିକ ପଢ଼ନ୍ତୁ:ଫକୀରମୋହନଙ୍କ ବିରୋଧରେ ବିଜେପି ଯୁବମୋର୍ଚ୍ଚା ସଭାପତିଙ୍କ ବିବାଦୀୟ ମନ୍ତବ୍ୟ

ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ସବୁଠୁ କମ୍ ବର୍ଷା ହେବ । ଲଘୁଚାପ ପରେ ୭ଦିନ ଯାଏ ବିଶେଷ ବର୍ଷା ହେବନି । ଏଥିପାଇଁ ଧାନ କ୍ଷେତରେ ପାଣି ବାନ୍ଧି ରଖିବାକୁ ସେ ପରାମର୍ଶ ଦେଇଛନ୍ତି ।

ଅଧିକ ପଢ଼ନ୍ତୁ:ପାୱାରଟିଲର ଋଣ ନାଁରେ ହରିଲୁଟ୍‌: ଚାଷୀଙ୍କୁ ମିଳିନି ସବ୍‌ସିଡି ଟଙ୍କା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe