Low pressure today: ଆଜି ଲଘୁଚାପ: ଆନ୍ଧ୍ର, ଓଡ଼ିଶାକୁ ବାତ୍ୟା ଡର, ୨୯ କିମ୍ବା ୩୦ ତାରିଖରେ ଭୀଷଣ ରୂପ ନେଇପାରେ

ମାଲାକ୍କା ସମୁଦ୍ର ସନ୍ଧିର ମଧ୍ୟ ଅଂଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସ୍ଥିର ରହିଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି। ପ୍ରଭାବରେ ଆସନ୍ତା‌ ୨୨ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।

ଅଦ୍ୟତନ ହୋଇଛି
rain

ଭୁବନେଶ୍ବର: ମାଲାକ୍କା ସମୁଦ୍ର ସନ୍ଧିର ମଧ୍ୟ ଅଂଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସ୍ଥିର ରହିଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି। ପ୍ରଭାବରେ ଆସନ୍ତା‌ ୨୨ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ୨୪ ତାରିଖରେ ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ତେବେ ପାଣିପାଗ ବିଶେଷଜ୍ଞ ପ୍ର‌ଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ମାଲାକ୍କାରେ ଆଜି ଏକ ଦୁର୍ବଳ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଶନିବାର ସକାଳ ସୁଦ୍ଧା ଏହା ସ୍ପଷ୍ଟ ଲଘୁଚାପରେ ପରିଣତ ହୋଇପାରେ। ଏହା ୨୪ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଅବପାତ ରୂପ ନେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ସେହି ୨୪ ତାରିଖରେ ଦକ୍ଷିଣ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ଏବଂ ୨୬ରେ ବାତ୍ୟାରେ ପରିଣତ ହେବ। ଶୀଘ୍ର ଘନୀଭୂତ ହୋଇ ଉତ୍ତର କିମ୍ବା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇପାରେ। ବିଭିନ୍ନ ମଡେଲ୍‌ କହୁଛନ୍ତି ଯେ ୨୯ ଓ ୩୦ ତାରିଖରେ ଅତି ଭୀଷଣ ବାତ୍ୟା ହୋଇ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମୁହାଁଇବ। ଏହା ଆନ୍ଧ୍ର ଓ ଓଡ଼ିଶା ଉପକୂଳ ମୁହାଁଇବାର ଅଧିକ ସମ୍ଭାବନା ରହିଛି। ତେବେ ନିର୍ଦ୍ଦିଷ୍ଟ ଭାବେ ଏହା କେଉଁଠି ଲ୍ୟାଣ୍ଡଫଲ୍‌ କରିବ ତାହାର ସମୟ କିମ୍ବା ସ୍ଥାନ ଆକଳନ କରିବା ଏବେ ସମ୍ଭବପର ନୁହେଁ। କାରଣ  ଏହି ପ୍ରଣାଳୀ ବର୍ତ୍ତମାନ ପ୍ରାରମ୍ଭିକ ଅବସ୍ଥାରେ ରହିଛି। ଲ୍ୟାଣ୍ଡଫଲ୍‌ ପାଇଁ ଆହୁରି ସପ୍ତାହେ ସମୟ ରହିଥିବାରୁ ଆକଳନ ଠିକ୍‌ ଭାବେ ହୋଇ ପାରୁନାହିଁ। ସମ୍ଭାବ୍ୟ ବାତ୍ୟା ଯେଉଁଠାରେ ଲ୍ୟାଣ୍ଡଫଲ୍‌ କଲେ ମଧ୍ୟ ବର୍ଷାର ସମ୍ଭାବନା ରହିଥିବା ନେଇ ସେ ଆକଳନ କହିଛନ୍ତି।

ଅନ୍ୟପକ୍ଷରେ ସାରା ଓଡ଼ିଶାର ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନ ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ବୃଦ୍ଧି ହୋଇଛି। ଘୁ.ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୦.୪ ଡିଗ୍ରି ରେକର୍ଡ ହୋଇଥିବାବେଳେ କୋରାପୁଟରେ ୧୧.୫, ଦାରିଙ୍ଗବାଡ଼ିରେ ୧୨ ଓ ଫୁଲବାଣୀରେ ୧୨.୫ ଡିଗ୍ରି ରହିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe