ଦୁର୍ବଳ ହେଲା ଲଗୁଚାପ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତରପଶ୍ଚିମ ଦିଗରେ ଗତିକରି ସମୁଦ୍ର ମଧ୍ୟରେ ଦର୍ବଳ ହୋଇ ଯାଇଛି। ଏହା ଆଉ ସ୍ଥଳଭାଗ ଆଡ଼କୁ ଗତି କରିବାର କୌଣସି ପ୍ରକାରର ସମ୍ଭାବନା ନାହିଁ। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ଣ ୨ଟାରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ବୁଲେଟିନ୍‌ରେ କୁହାଯାଇଛି।

ସମ୍ବନ୍ଧିତ ଖବର