ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ୯ଟି ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା; ଘନ କୁହୁଡ଼ି ପାଇଁ ୧୦ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

Advertisment
ଆସନ୍ତା‌ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା

Skymate Weather

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ। ଆଜି ଅପରାହ୍ଣରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

publive-image Skymate Weather

ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂଜାରି:

ସେହିପରି ଗୁରୁବାର ମଧ୍ୟରାତ୍ର ପରଠାରୁ ଶୁକ୍ରବାର ପ୍ରତ୍ୟୁଷ ପର୍ଯ୍ୟନ୍ତ ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଭଦ୍ରକ, ଯାଜପୁର, କନ୍ଧମାଳ, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡିରେ ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏହି ସତର୍କ ସୂଚନାରେ କୁହାଯିବା ସହ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ମଧ୍ୟରାତ୍ର ପରେ ଜାତୀୟ ରାଜପଥରେ ଯାନବାହନ ଚଳାଚଳ କରୁଥିବା ଗାଡ଼ି ଚାଳକମାନେ ଘନ କୁହୁଡ଼ିକୁ ଦୃଷ୍ଟିରେ ରଖି ଯଥେଷ୍ଟ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe