ଭୁବନେଶ୍ୱର : ମାହାଙ୍ଗା ଡବଲ୍ ମର୍ଡର୍ ଘଟଣାରେ ବିଜେପି ତା’ର ଆନ୍ଦୋଳନକୁ ଜୋର୍ଦାର୍ କରିଛି। ଗତକାଲି ରାଜ୍ୟର ବିଭିନ୍ନ ଥାନାରେ ଆଇନ ମନ୍ତ୍ରୀଙ୍କ ବିରୋଧରେ ଏତଲା ଦିଆଯିବା ପରେ ଆଜି ସବୁ ଜିଲ୍ଲା ଏସ୍ପି ଅଫିସ୍ ଘେରାଉ କରାଯାଇଛି। ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଗିରଫ ଓ ମନ୍ତ୍ରିମଣ୍ଡଳରୁ ବହିଷ୍କାର ଦାବି କରି ବିଜେପି କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
ଦଳ ପକ୍ଷରୁ ଅଭିଯୋଗ ହୋଇଛି ଯେ ମନ୍ତ୍ରୀ ଶ୍ରୀ ଜେନାଙ୍କ ପ୍ରରୋଚନାରେ ବିଜେପିର ବରିଷ୍ଠ କାର୍ଯ୍ୟକର୍ତା ତଥା କଟକ ଜିଲ୍ଲା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଏବଂ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଛି। ଏହି ହତ୍ୟାକାଣ୍ଡରେ ମନ୍ତ୍ରୀଙ୍କ ସମେତ ୧୪ ଜଣଙ୍କ ନାଁରେ ଏତଲା ଦିଆଯାଇଛି। କିନ୍ତୁ ପୁଲିସ ଶାସକ ଦଳ ଚାପରେ ଆଇନ ମନ୍ତ୍ରୀଙ୍କୁ ଗିରଫ କରିବା ତ ଦୂରର କଥା ତାଙ୍କୁ ତଦନ୍ତ ପରିସରଭୁକ୍ତ କରୁ ନାହିଁ। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ପରିଚାଳିତ ରାଜ୍ୟ ସରକାର ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ଠିକ୍ ଢଙ୍ଗରେ ପରିଚାଳନା କରିବାରେ ବିଫଳ ହେବା କାରଣରୁ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ସମ୍ବିଧାନର ମୁଖବନ୍ଧରେ ଅହିଂସାକୁ ସ୍ଥାନ ଦିଆଯାଉ ବୋଲି କହି ମିଛରେ ବାଃ ବାଃ ନେବାର ଅପଚେଷ୍ଟା କରୁଥିବା ମୁଖ୍ୟମନ୍ତ୍ରୀ ବର୍ତମାନ ହିଂସାକୁ ପ୍ରଶୟ ଦେବା ସହ ରାଜନୈତିକ ହତ୍ୟା ଭଳି ଘୃଣ୍ୟ କାର୍ଯ୍ୟ କରିବାକୁ ମଧ୍ୟ ପ୍ରଶ୍ରୟ ଦେଉଛନ୍ତି। ମାହାଙ୍ଗା ଡବଲ ମର୍ଡର ଘଟଣାରେ ସଂପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରା ନ ଗଲେ ଆଗାମୀ ଦିନରେ ବିଜେପି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ବୋଲି ଦଳ ଚେତାବନୀ ଦିଆଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/01/bjp-ppp.jpg)