ରାୟଗଡ଼ା: ସ୍ଥାନୀୟ ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଆଜି ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ଏବଂ ମହିଳା ଆରୋଗ୍ୟ ସମିତି ବାର୍ଷିକ ସମ୍ମିଳନୀ ଆୟୋଜନ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ମନୋଜ ସତ୍ୟବାନ୍ ମହାଜନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ସମ୍ମିଳନୀକୁ ଉଦଘାଟନ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା ଲାଲମୋହନ ରାଉତରାୟ, ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ, ସୁପରିଟେଣ୍ଡେ ଡ଼ ରମେଶ ଚନ୍ଦ୍ର ସାହୁ, ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡା. ମମତା ସାହୁ, ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡା ମମତା ଚୌଧୁରୀ, ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା) ଡା.ପ୍ରଦୀପ୍ତ କୁମାର ସୁବୁଦ୍ଧି, ଆଡମିନିଷ୍ଟ୍ରେଟିଭି ଅଫିସର ଗୌର ଚରଣ ପଟ୍ଟନାୟକ, ଜାତୀୟ ସ୍ୱାସ୍ଥ୍ୟ ମିସନର ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଜେ ରାଜେଶ ରାଓ ପଟ୍ଟନାୟକ ଉପସ୍ଥିତ ଥିଲେ।

Advertisment

ଆଶା ସଂଯୋଜିକା ରାଜଲକ୍ଷ୍ମୀ ମହାନ୍ତି ଏହି କାର୍ଯ୍ୟକ୍ରମ ପରିଚାଳନା କରିବା ସହ ବାର୍ଷିକ ବିବରଣୀ ପାଠ କରିଥିଲେ। ଅପହଞ୍ଚ ଗ୍ରାମାଞ୍ଚଳ ଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଘରେ ଘରେ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବାରେ ଆଶାମାନଙ୍କ ଭୂମିକା ବେଶ୍ ଗୁରୁତ୍ୱପୂର୍ଣ୍ଣ। ଆଶା କର୍ମଚାରୀଙ୍କ ଅବଦାନ ଯୋଗୁଁ ଚଳିତ ବର୍ଷ ରାୟଗଡ଼ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିପାରିଛି। ଗୋଷ୍ଠୀର ଲୋକମାନଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବା ନିମନ୍ତେ ଆଶାକର୍ମୀଙ୍କ ଉତ୍ସର୍ଗୀକୃତ ମନୋଭାବ ପ୍ରଦର୍ଶନ ପୂର୍ବକ ଏହି କାର୍ଯ୍ୟକ୍ରମ ଅବସରରେ ରାୟଗଡ ଜିଲ୍ଲାର୧୧ ଟି ବ୍ଲକ ଏବଂ ଦୁଇଟି ପୌର ପରିଷଦର ମୋଟ ୩୬ ଜଣ ଆଶାକର୍ମୀଙ୍କୁ ଶ୍ରେଷ୍ଠ ଆଶା ଭାବେ ମାନପତ୍ର ପ୍ରଦାନ କରାଯିବା ସହିତ ପୁରସ୍କୃତ କରାଯାଇଥିଲା।

ସେହିପରି ଭାବେ ୨୭ ଟି ମହିଳା ଆରୋଗ୍ୟ ସମିତି ଏବଂ ୧୧ ଟି ଗ୍ରାମ କଲ୍ୟାଣ ସମିତିକୁ ମଧ୍ୟ ପୁରସ୍କୃତ ହୋଇଥିଲେ।ଏନକ୍ୱାସ୍ କ୍ଷେତ୍ର ଯୋଗ୍ୟତା ପାଇଥିବାରୁ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ପୁରସ୍କୃତ କରାଯାଇଥିଲା। କାୟାକଳ୍ପ କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ରାୟଗଡ଼ ଉପଖଣ୍ଡ ଚିକିତ୍ସାଳୟ ଗୁଣୁପୁର, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଜେମାଦେଇପେଣ୍ଠ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କାଶୀପୁର, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଗୁଡ଼ାରୀ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ବିଷମକଟକ, ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ରାୟଗଡ଼, ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର -୨ ରାୟଗଡ଼, ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଣୁପୁରକୁ ପୁରସ୍କୃତ କରାଯାଇଥିଲା।