ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ଲାଗି କଟକଣା ଜାରି କଲେ ରାଜ୍ୟ ସରକାର

ଆଲୋଚନାଚକ୍ରରେ ଅତିଥିମାନଙ୍କ ମତ: ବୈଜ୍ଞାନିକ ଦୃଷ୍ଟିକୋଣରୁ ମକର ସଂକ୍ରାନ୍ତିର ମହତ୍ତ୍ୱ ବହୁ ଅଧିକ

janasatta

ଭୁବନେଶ୍ବର: କୋଭିଡ ସଂକ୍ରମଣକୁ ଆଖିରେ ରଖି ରାଜ୍ୟ ସରକାର ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ଲାଗି କଟକଣା ଜାରି କରିଛନ୍ତି। ସାଧାରଣତଃ ଏହି ଅବସରରେ ଶ୍ରଦ୍ଧାଳୁମାନେ ସମୁଦ୍ର ତଟ, ନଦୀ, ପୁଷ୍କରିଣୀ ଆଦି ନିକଟରେ ଭିଡ଼ ଜମାଇଥାନ୍ତି। ସେମାନେ ବୁଡ଼ ପକାଇଥାନ୍ତି। ହେଲେ ଏଥର ଏସବୁକୁ ବାରଣ କରାଯାଇଛି। ଏହାଛଡ଼ା ମନ୍ଦିରରେ ସର୍ବସାଧାରଣଙ୍କ ପୂଜାର୍ଚ୍ଚନାକୁ ବାରଣ କରାଯାଇଛି। ସମସ୍ତଙ୍କୁ ଘରେ ରହି ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ପାଳନ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି।

ମକର ମେଳାର ଆୟୋଜନକୁ ବି ବାରଣ କରାଯାଇଛି। ଏଥିରେ ଅବହେଳା ବା ନିୟମ ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଏନେଇ ସବୁ ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ, ପୌର କମିସନର ଓ କଟକ-ଭୁବନେଶ୍ବର ଟୁଇନସିଟି ପୁଲିସ କମିସନରଙ୍କୁ ସୂଚିତ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe