ସରକାରଙ୍କ ବିଫଳତା ଓ ବିଜେପିର ମିଛ ବିଷୟରେ ଲୋକଙ୍କୁ ସଚେତନ କର: ନବୀନ

Advertisment

ଦରଦାମ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶାରେ ବିଜେପି ସରକାର ବିଫଳ ହୋଇଛି। ଏ ସରକାର ଶହେ ଦିନ ପୂରଣ କରିସାରିଲାଣି।

ଦରଦାମ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶାରେ ବିଜେପି ସରକାର ବିଫଳ ହୋଇଛି। ଏ ସରକାର ଶହେ ଦିନ ପୂରଣ କରିସାରିଲାଣି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: କଣ୍ଟାବାଞ୍ଜିରେ ହାରିଲେ, ହିଞ୍ଜିଳିରେ ଜିତିଲେ

ଭୁବନେଶ୍ୱର: ଦରଦାମ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶାରେ ବିଜେପି ସରକାର ବିଫଳ ହୋଇଛି। ଏ ସରକାର ଶହେ ଦିନ ପୂରଣ କରିସାରିଲାଣି। କିନ୍ତୁ ସରକାରର ବିଫଳତା ଆଜି ସବୁଆଡ଼େ ନିରାଶା ସୃଷ୍ଟି କରିଛି। ମହିଳାମାନେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ସରକାରୀ କର୍ମଚାରୀମାନେ ମଧ୍ୟ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ପୁରୀ ରାଜଭବନରୁ ଆରମ୍ଭ କରି ଭରତପୁର ଥାନା ପର୍ଯ୍ୟନ୍ତ ଏ ସବୁ ଘଟଣା ସରକାରଙ୍କ ବିଫଳତାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ଓଡ଼ିଶାରୁ ପୁଞ୍ଜି ଫେରି ଯାଉଛି। ଶିଳ୍ପପତିମାନଙ୍କର ଓଡ଼ିଶା ସରକାର ଉପ‌ରେ ଭରସା ନାହିଁ। ଏହିପରି ଅନେକ ବିଫଳତା ଶହେ ଦିନର ସରକାରର କାର୍ଯ୍ୟ ଦକ୍ଷତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି ବୋଲି ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି। 

ଆଜି ଶଙ୍ଖ ଭବନରେ ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ସଂକ୍ରାନ୍ତୀୟ ପ୍ରସ୍ତୁତି ବୈଠକରେ ଉଦ୍‌ବୋଧନ ଦେଇ ଶ୍ରୀ ପଟ୍ଟନାୟକ କହିଥିଲେ, ମିଛ କାହାଣୀ କହି ବିଜେପି ନିର୍ବାଚନରେ ଜିତିଛି। ସୁଭଦ୍ରା ଯୋଜନା ହେଉ ବା ଭତ୍ତା ବୃଦ୍ଧି, ବିଜେପିର ମିଥ୍ୟା ପ୍ରତିଶ୍ରୁତି ଆଜି ସାଧାରଣ ଲୋକଙ୍କୁ ହତଚକିତ କରିଛି। ବିଜେପି ସରକାରର ବିଫଳତା ଓ ମିଛ ପ୍ରତିଶ୍ରୁତି ବିଷୟରେ ଲୋକଙ୍କୁ ସଚେତନ କରିବା ପାଇଁ ସେ ଆହ୍ୱାନ ଜଣାଇଥିଲେ। ଏହି ଅବସରରେ ସେ ବିଜେଡି ସରକାରର ୨୪ ବର୍ଷର ଶାସନର ସଫଳତା ସମ୍ପର୍କରେ କହିଥିଲେ। 
ଜନ ସମ୍ପର୍କ ପଦଯାତ୍ରା ସମ୍ପର୍କରେ ସୂଚନା ଦେଇ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ପ୍ରତିବର୍ଷ ପରି ବିଜେଡିର ଜନସମ୍ପର୍କ ପଦଯାତ୍ରା ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ। ଅକ୍ଟୋବର ୬ରେ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଶେଷ ହେବ। ପୂଜା ପରେ ଅକ୍ଟୋବର ୨୧ରୁ ଅକ୍ଟୋବର ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ପଦଯାତ୍ରା ଜାରି ରହିବ। ସେହିପରି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅକ୍ଟୋବର ୯ ତାରିଖରୁ ଡିସେମ୍ବର ୯ ତାରିଖ ଦୁଇ ମାସ ପର୍ଯ୍ୟନ୍ତ ସଭ୍ୟ ସଂଗ୍ରହ ଅଭିଯାନ ଜାରି ରହିବ ବୋଲି ଘୋଷଣା କରିଥିଲେ। ସାମାଜିକ ଗଣମାଧ୍ୟମକୁ ଅଧିକ ସକ୍ରିୟ କରିବା ସହିତ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନର ବିପୁଳ ସଫଳତା ଦିଗରେ ନିଷ୍ଠାପର ଭାବରେ କାର୍ଯ୍ୟ କରିବା ପାଇଁ ଶ୍ରୀ ପଟ୍ଟନାୟକ ଦଳୀୟ ନେତୃବୃନ୍ଦ ଓ ପଦାଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। 

ବିଜେଡି ସମନ୍ୱୟ କମିଟିର ମୁଖ୍ୟ ଦେବୀ ପ୍ରସାଦ ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ। ପ୍ରସନ୍ନ ଆଚାର୍ଯ୍ୟ, ସଞ୍ଜୟ ଦାସବର୍ମା, ଅତନୁ ସବ୍ୟସାଚୀ ନାୟକ, ଅରୁଣ ସାହୁ, ଗଣେଶ୍ୱର ବେହେରା, ଚନ୍ଦ୍ରଶେଖର ସାହୁ, ସୁଦାମ ମାର୍ଣ୍ଡି, ବିକ୍ରମ କେଶରୀ ଆରୁଖ, ଅଶୋକ ଚନ୍ଦ୍ର ପଣ୍ଡା, ବଦ୍ରୀ ନାରାୟଣ ପାତ୍ର, ଦୀପାଳୀ ଦାସ ଓ ଦିବ୍ୟଶଙ୍କର ମିଶ୍ର ପ୍ରମୁଖ ଆଗାମୀ ଦିନରେ ସଙ୍ଗଠନକୁ ମଜବୁତ କରିବା ସମ୍ପର୍କରେ ଆଲୋଚନା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe