କବିସୂର୍ଯ୍ୟନଗର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସି କବିସୂର୍ଯ୍ୟନଗରରେ ପହଞ୍ଚି ଗଞ୍ଜାମକୁ ଦେଶର ଏକ ନମ୍ବର ଜିଲ୍ଲା କରିବାକୁ ହେବ ଉଦ୍ୟମ ବୋଲି ତାଙ୍କର ଭାଷଣରେ କହିଛନ୍ତି। ଗଞ୍ଜାମ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କବିସୂର୍ଯ୍ୟନଗର ସମାବେଶରେ ଏପରି ଆହ୍ୱାନ ଦେଇଛନ୍ତି।

Advertisment

ଏହାସହ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ୨୮୦କୋଟିର ରୁଣ ପ୍ରଦାନ କରିବା କଥା ବି ଘୋଷଣା କରିଛନ୍ତି ନବୀନ। ଏହାବ୍ୟତୀତ ସେ ଗ୍ରାମକଣ୍ଠ ଘରଡିହ ପଟ୍ଟା ମଧ୍ୟ ବାଂଟିଛନ୍ତି।

କବିସୂର୍ଯ୍ୟନଗର ପରେ ହିଞ୍ଜିଳି ଏବଂ ଶେଷ କାର୍ଯ୍ୟକ୍ରମ ଛତ୍ରପୁର ରହିଛି। ମୁଖ୍ୟମନ୍ତ୍ରୀ ନବୀନ ୧୯୫୨.୮୯ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିବେ ବୋଲି ଆମେ ଆଗରୁ ଜାଣିଥିଲେ। ସେହିପରି ୨୨ହଜାର ୨୦୦ ସ୍ବୟଂ ସହାୟିକା ଗୋଷ୍ଠୀର ୨.୨୪ ଲକ୍ଷ ମିସନ୍ ଶକ୍ତି ମହିଳାଙ୍କୁ ଋଣ ଓ ସହାୟତା ଏବଂ ୨୦ ହଜାର ହିତାଧିକାରୀଙ୍କୁ ଗ୍ରାମକଣ୍ଟକ ଘରଡିହ ପଟ୍ଟା ବଣ୍ଟନ କରିବା ବ୍ୟବସ୍ଥା ରହିଥିଲା।