ମାଲକାନଗିରିରେ ଶିଶୁ ଅପମୃତ୍ୟୁ ପ୍ରସଙ୍ଗ, ସରକାରଙ୍କ ଜବାବ ଦାଖଲ

କଟକ : ମାଲକାନଗିରି ଜିଲ୍ଲାରେ ଶିଶୁମୃତ୍ୟୁ ରୋକିବା ପ୍ରସଂଗକୁ ନେଇ ହାଇକୋର୍ଟରେ ବିଚାରାଧୀନ ମାମଲାରେ ସରକାରଙ୍କ ପକ୍ଷରୁ ସତ୍ୟପାଠ ମାଧ୍ୟମରେ ଜବାବ ଦାଖଲ କରାଯାଇଛି। ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୧୦ରେ କରାଯିବା ପାଇଁ ଧାର୍ଯ୍ୟ କରାଯାଇଛି। ଆଜି ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍.ଜାଭେରୀ ଓ ଜଷ୍ଟିସ କେ.ଆର୍.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠରେ ମାନବାଧିକାର କର୍ମୀ ଆଇନଜୀବୀ ପ୍ରବୀର ଦାସଙ୍କ ପକ୍ଷରୁ ଦାୟର ଏ ସଂପର୍କିତ ଜନସ୍ବାର୍ଥ ମାମଲାର ଶୁଣାଣି ହୋଇଥିଲା। ମାମଲାର ବିବରଣୀରୁ ପ୍ରକାଶ ଯେ ମାଲକାନାଗିରିରେ ଅପପୃଷ୍ଟିକୁ ନେଇ ୨୦୦୭-୨୦୦୮ରୁ ୨୦୧୧-୨୦୧୨ ମସିହା ମଧ୍ୟରେ ୭ହଜାରୁ ଊର୍ଦ୍ଧ୍ବ ଶିଶୁଙ୍କ ମୃତ୍ୟୁ ଘଟିଥିବା ଦର୍ଶାଇ ମାନବାଧିକାର କର୍ମୀ ଶ୍ରୀ ଦାସ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଏକ ବିଶେଷଜ୍ଞ ଟିମ ଗଠନ କରାଯାଇ ଘଟଣାର ତଦନ୍ତ କରାଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି।

ସମ୍ବନ୍ଧିତ ଖବର