ମାଲକାନଗିରିରେ ଶିଶୁ ଅପମୃତ୍ୟୁ ପ୍ରସଙ୍ଗ, ପ୍ରତିଜବାବ ଦାଖଲ ନିର୍ଦ୍ଦେଶ

କଟକ : ମାଲକାନଗିରି ଜିଲ୍ଲାରେ ଶିଶୁମୃତ୍ୟୁ ରୋକିବା ପ୍ରସଂଗକୁ ନେଇ ହାଇକୋର୍ଟରେ ବିଚାରାଧୀନ ମାମଲାରେ ପ୍ରତିଜବାବ ଦାଖଲ ପାଇଁ ଆବେଦନକାରୀଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଏହି ମାମଲାରେ ସରକାରଙ୍କ ପକ୍ଷରୁ ଜବାବ ଦାଖଲ କରାଯାଇଥିବା ବେଳେ ଆବେଦନକାରୀ ଏହା ଉପରେ ପ୍ରତିଜବାବ ଦାଖଲ କରିବେ। ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨୬କୁ ଧାର୍ଯ୍ୟ କରାଯାଇଛି। ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ.ଜାଭେରୀ ଓ ଜଷ୍ଟିସ କେ.ଆର.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ମାନବାଧିକାର କର୍ମୀ ଆଇନଜୀବୀ ପ୍ରବୀର ଦାସଙ୍କ ପକ୍ଷରୁ ଦାୟର ଏ ସଂପର୍କିତ ଜନସ୍ବାର୍ଥ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ, ମାଲକାନାଗିରିରେ ଅପପୁଷ୍ଟିକୁ ନେଇ ୨୦୦୭-୨୦୦୮ରୁ ୨୦୧୧-୨୦୧୨ ମସିହା ମଧ୍ୟରେ ୭ହଜାରୁ ଊର୍ଦ୍ଧ୍ବ ଶିଶୁଙ୍କ ମୃତ୍ୟୁ ଘଟିଥିବା ଦର୍ଶାଇ ମାନବାଧିକାର କର୍ମୀ ଶ୍ରୀ ଦାସ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ମାମଲାରେ ସରକାରଙ୍କ ପକ୍ଷରୁ ସତ୍ୟପାଠ ମାଧ୍ୟମରେ ଶିଶୁ ମୃତ୍ୟୁକୁ ରୋକିବା ନେଇ କି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି; ପ୍ରତିକାର ବାବଦରେ କେତେ ଟଙ୍କା ଖର୍ଚ୍ଚ କରାଯାଇଛି; ସେ ନେଇ ସବିଶେଷ ତଥ୍ୟ ଦାଖଲ କରାଯାଇଥିଲା।

ସମ୍ବନ୍ଧିତ ଖବର