ଝାରସୁଗୁଡ଼ା: ଝାରସୁଗୁଡ଼ା ଇବ୍‌ନଦୀର ପଞ୍ଚପଡ଼ା ଘାଟକୁ ଗାଧୋଇବାକୁ ଯାଇଥିବା ସମୟରେ ପାଣିରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଯୁବକ ଜଣକ ହେଲେ ବମ୍ବେଛକର ରାକେଶ କୁମାର (୧୯ବର୍ଷ)। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିଥିଲେ।

Advertisment

ଶବ ଜବତ କରି ଅଧିକ ତଦନ୍ତ ଜାରି ରଖିଥିବା ସଦର ଥାନା ଅଧିକାରୀ ସୁଚିସ୍ମିତା ମହାନ୍ତି ସୂଚନା ଦେଇଛନ୍ତି।