ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଢେଙ୍କିକୋଟ: ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ମହୁଲଗାଡ଼ିଆ ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଖଣ୍ଟଘର ପଞ୍ଚାୟତର ପୂର୍ବତନ ସରପଞ୍ଚ ତୁଳସୀ ନାୟକଙ୍କ ପୁଅ ଆଲୋକ ନାୟକ (୨୩)। ଆଜି ସକାଳେ ଢେଙ୍କିକୋଟ ପେଟ୍ରୋଲ ପମ୍ପ ନିକଟରୁ ଆଲୋକଙ୍କୁ ପୁଲିସ ଉଦ୍ଧାର କରି ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା।

ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଘଟଗାଁ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ପାଟଣା ଡାକ୍ତରଖାନାରେ ଶବ ବ୍ୟବଚ୍ଛେଦ କରାଯାଇ ପରିବାରକୁ ହସ୍ତାନ୍ତର କରାଯାଇଛି।

ସମ୍ବନ୍ଧିତ ଖବର