କୁଚିଣ୍ଡା: ପାରିବାରିକ କଳହର ଉଗ୍ର ରୂପ ଦେଖିବାକୁ ମିଳିଛି ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଦଲକିବାହାଲ ଗାଁରେ। ଏଠାରେ ଦେଢ଼ଶୁର ଲୋଚନ ପିଙ୍ଗ ସାନଭାଇର ଘରେ ପଶି ନିଜର ଭାଇବୋହୂ ଓ ପୁତୁରାକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି।
ମୃତକ ହେଲେ ପୂର୍ଣ୍ଣିମା ପିଙ୍ଗ୍ ଓ ତାଙ୍କ ଦେଢ଼ ବର୍ଷର ପୁଅ ୟେଂଶୁ ପିଙ୍ଗ୍। ଲୋଚନ ପିଙ୍ଗ ଉଭୟଙ୍କୁ ହତ୍ୟା କରିବା ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା। ହତ୍ୟାକାଣ୍ଡ ସଂପର୍କରେ ଗ୍ରାମବାସୀ ପୁଲିସକୁ ଜଣାଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଅଭିଯୁକ୍ତ ଲୋଚନକୁ ଅଟକ ରଖି ପଚରାଉଚରା କରୁଛି। ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/04/f0203184-c38d-49ca-be7d-0b159105a337.jpeg)