ପାରିବାରିକ କଳହରୁ ଯୁବକଙ୍କ ଆତ୍ମହତ୍ୟା

Advertisment
ଛାତ୍ରାବାସରୁ ଝୁଲନ୍ତା ମୃତଦେହ ଜବତ

Image Courtesy of NDTV

ଖଡ଼ିଆଳ: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ମିସନଠାରେ ପାରିବାରିକ କଳହକୁ ନେଇ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଯୁବକ ଜଣକ ସମ୍ବଲପୁର ଜିଲ୍ଲା ହୀରାକୁଦ ଥାନା ହୀରାକୁଦ ଗ୍ରାମର ଆଶିଷ ନାଗ (୩୮) ବୋଲି ପୁଲିସ୍‌ ସୂଚନା ଦେଇଛି।

ଆଶିଷ ଏକ ବର୍ଷ ହେଲା ମିସନଠାରେ ନିଜ ସମ୍ପର୍କୀୟଙ୍କ ଘରେ ରହି ଆସୁଥିଲେ। ଶୁକ୍ରବାର ରାତିରେ ତାଙ୍କ ସ୍ତ୍ରୀଙ୍କ ସହ କଳହ ହୋଇଥିଲା। ସମସ୍ତେ ଶୋଇ ପଡ଼ିବା ପରେ ସେ ଘରେ ଦଉଡ଼ି  ଲଗାଇ ଆତ୍ମହତ୍ୟା କରିଥିଲେ। ପୁଲିସ୍ ଶବ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏଥିସହ ପୁଲିସ୍ ଏକ ମାମଲା ରୁଜୁକରି ତଦନ୍ତ ଜାରି ରଖିଥିବା ଏସ୍‌ଆଇ ତାରକାନ୍ତ ବିଶ୍ୱାଳ ପ୍ରକାଶ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe