ଭୁବନେଶ୍ବର: ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ରାଜ୍ୟସଭା ସାଂସଦ ମାନସ ରଂଜନ ମଙ୍ଗରାଜଙ୍କୁ ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି। ପୂର୍ବରୁ ସେ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ବ ତୁଲାଉଛନ୍ତି। ସେହିପରି ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର ଓ ରେଙ୍ଗାଳୀ ବିଧାନସଭା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ, ଗୌତମବୁଦ୍ଧ ଦାସଙ୍କୁ ଦେବଗଡ଼ ଜିଲ୍ଲା ଏବଂ ଅମରେଶ ଜେନାଙ୍କୁ ବୌଦ୍ଧ ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି ବୋଲି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏକ ପ୍ରେସ୍ ବିଜ୍ଞପ୍ତିରେ ଜଣାଇଛନ୍ତି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp