ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ଦାୟିତ୍ୱ ନେବା ପରେ ମାନସ ମଙ୍ଗରାଜ କହିଲେ, ମୁଖ୍ୟମନ୍ତ୍ରୀଙ୍କ ‘୫-ଟି’ ମନ୍ତ୍ର ଆଧାରରେ କାମ କରିବି

ଭୁବନେଶ୍ୱର: ମାନସ ମଙ୍ଗରାଜ ବୁଧବାର ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସଂପର୍କ ବିଭାଗର ଉପଦେଷ୍ଟା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଜ୍ଞପ୍ତି ଅନୁସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କର ଦାୟିତ୍ୱ ଗ୍ରହଣ ପତ୍ର ପଠାଇବା ପରେ ତୁରନ୍ତ ସୂଚନା ଓ ଲୋକସମ୍ପର୍କ ବିଭାଗର ଉପଦେଷ୍ଟା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପରେ ମାନସ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ‘୫-ଟି’ ମନ୍ତ୍ରକୁ ନେଇ ସମସ୍ତ ସରକାରୀ ବିଭାଗ ସହ ସମନ୍ଵୟ ରକ୍ଷା କରି କାର୍ଯ୍ୟ କରିବି।

ଅନ୍ୟପଟେ ଦାୟିତ୍ୱ ଗ୍ରହଣ କରିବା ଅବସରରେ ମାନସ ବିଭଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ କଳ୍ପନାପ୍ରସୂତ ୫-ଟି ମନ୍ତ୍ରକୁ କାର୍ଯ୍ୟକାରୀ କରିବାରେ ସେ ନିଜେ ଯତ୍ନବାନ ହେବା ସଙ୍ଗେ ସଙ୍ଗେ ଏଥିପାଇଁ ଅଧିକାରୀମାନଙ୍କ ସହଯୋଗ କାମନା କରିଥିଲେ।

ତେବେ ଏହି ଅବସରରେ ମାନସ ମଙ୍ଗରାଜଙ୍କୁ ବିଭାଗ ତରଫରୁ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର , ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ , ଡଃ.ଲେଲିନ୍‌ ମହାନ୍ତି, ଯୁଗ୍ମ ନିର୍ଦ୍ଦେଶକ ବିପିନି ବିହାରୀ ବାରିକିଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀ ସ୍ୱାଗତ କରିଥିଲେ।

ସମ୍ବନ୍ଧିତ ଖବର