କଟକ : କ୍ୟାମେରାମ୍ୟାନ୍ ମାନସ ସ୍ବାଇଁ ଅପହରଣ ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ପାଇଁ ଦାୟର ମାମଲାର ଶୁଣାଣିରେ ପୂର୍ଣ୍ଣଚ୍ଛେଦ ପଡିଛି। ଏ ନେଇ ମାନସଙ୍କ ବାପା ପଞ୍ଚାନନ ସ୍ବାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଜଷ୍ଟିସ ବିଶ୍ବଜିତ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଆବେଦନର ଶୁଣାଣି ସମୟରେ ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଥିଲା ଯେ ଇତିମଧ୍ୟରେ କ୍ରାଇମବ୍ରାଞ୍ଚକୁ ତଦନ୍ତ ଦାୟିତ୍ବ ଦିଆଯାଇଥିବା ଦୃଷ୍ଟିରେ ସେ ଏହି ମାମଲାରେ ଆଉ ଅଗ୍ରସର ହେବାକୁ ଚାହୁଁ ନାହାନ୍ତି। ଏଭଳି ସ୍ଥିତିରେ ହାଇକୋର୍ଟ ମାମଲା ଶୁଣାଣିରେ ଅନ୍ତ ଘଟାଇଛନ୍ତି। ମାମଲାର ବିବରଣୀରୁ ପ୍ରକାଶ ଯେ ମାନସଙ୍କ ବାପା ଏହି ଘଟଣାରେ ପୁଲିସ ନିଷ୍କ୍ରିୟତା ଅଭିଯୋଗ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ମାମଲାରେ ଗୃହ ସଚିବ, ଭଦ୍ରକ ଏସପି ଓ ଚାନ୍ଦବାଲି ଥାନା ଆଇଆଇସିଙ୍କୁ ପକ୍ଷଭୁକ୍ତ କରାଯାଇଥିଲା। । ମାର୍ଚ୍ଚ ୨୮ରେ ହାଇକୋର୍ଟ ଶୁଣାଣି କରି ସରକାରଙ୍କୁ ମାମଲାରେ ତଥ୍ୟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ।
ମାନସ ସ୍ବାଇଁ ହତ୍ୟା ଘଟଣାର ସିବିଆଇ ତଦନ୍ତ ପ୍ରସଙ୍ଗ: ମାମଲା ଶୁଣାଣିରେ ଅନ୍ତ ଘଟାଇଲେ ହାଇକୋର୍ଟ
/sambad/media/post_attachments/wp-content/uploads/2021/12/high-court.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)