ମନୀଷ ଅନୁରାଗ ମୃତ୍ୟୁ ମାମଲା: ତିନି ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ

ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ଡିସିପି ଉମାଶଙ୍କର ଦାଶ

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାରେ ତିନି ଅଭିଯୁକ୍ତଙ୍କୁ କମିସନରେଟ୍ ପୁଲିସ ଗିରଫ କରିଛି। ଏନେଇ ଡିସିପି ଉମାଶଙ୍କର ଦାଶ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମନୀଷ ଅମ୍ରିତ, ଦିନେଶ ଓ ମୃତ୍ୟୁଞ୍ଜୟଙ୍କ ସହ  ହେଟେଲକୁ ଯାଇଥିଲେ। କିନ୍ତୁ ସେମାନେ ହେଟେଲ ବାହାରେ ମନୀଷ ଅନୁରାଗଙ୍କୁ ଆକ୍ରମଣ କରିଥିଲେ। ଏହାଫଳରେ ମନୀଷ ଅନୁରାଗଙ୍କ ମୃତ୍ୟୁ ହୋଇଥିଲା। ତାପରେ ସେମାନେ ପ୍ରମାଣ ନଷ୍ଟ ଲାଗି ମନୀଷଙ୍କ ମୃତଦେହକୁ ନିକଟସ୍ଥ ପୋଖରୀରେ ଫିଙ୍ଗିଦେଇ ଚାଲିଯାଇଥିଲେ।

ଅମ୍ରିତ ବିଶ୍ବାଳ, ଦିନେଶ ମହାପାତ୍ର ଓ ମୃତ୍ୟୁଞ୍ଜୟ ମିଶ୍ରଙ୍କୁ ଗିରଫ କରାଯାଇଛି। ସେମାନଙ୍କୁ ଆଜି କୋର୍ଟଚାଲାଣ କରାଯିବ। ତାପରେ ଅଭିଯୁକ୍ତମାନଙ୍କୁ ପୁଲିସ ରିମାଣ୍ଡରେ ଆଣି ସିନ୍ ରିକ୍ରିଏଟ୍ କରିବା ସହ ଅଧିକ ତଦନ୍ତ କରାଯିବ ବୋଲି ଡିସିପି ସୂଚନା ଦେଇଛନ୍ତି। ଅଭିଯକ୍ତମାନଙ୍କ ବିରୋଧରେ ଆଇପିସିର ଧାରା ୩୬୪(ଏ), ୩୦୨, ୨୦୧ ଓ ୩୪ରେ ମାମଲା ରୁଜ୍ଜୁ କରାଯାଇଛି।

ସୂଚନାଯୋଗ୍ୟ, ମନୀଷଙ୍କ ମୃତ୍ୟୁ ଘଟଣାର ଶବ ବ୍ୟବଚ୍ଛେଦର ପ୍ରାଥମିକ ରିପୋର୍ଟରେ ଶ୍ୱାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ସ୍ପଷ୍ଟ ହୋଇଛି । ଏସଂପର୍କରେ ଏମ୍ସ ପିଆରଓ ପ୍ରଭାସ ତ୍ରିପାଠୀ ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର