ଭୁବନେଶ୍ବର: କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ ରାଉତରାୟ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ହଜାର ହଜାର ଦଳୀୟ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ସେ। ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଓ ବିଜେଡି ନେତା ବିଭୂତି ବଳବନ୍ତରାୟଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି କ୍ୟାପଟେନ ମନ୍ମଥ ରାଉତରାୟ।
ଏହାପୂର୍ବରୁ ଶଙ୍ଖ ଭବନରେ ପହଞ୍ଚି ମନ୍ମଥ କହିଥିଲେ, ଏହା ମୋ ପାଇଁ ଗର୍ବର ମୁହୂର୍ତ୍ତ। ଓଡ଼ିଶାର ଏକ ନମ୍ବର ଦଳ ମୋତେ ଚୟନ କରିଛି। ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡି ସାମିଲ ହୋଇଛି। ମୋତେ ଯାହା ବି ଦାୟିତ୍ୱ ମିଳିବ ତାହାକୁ ତୁଲାଇବି। ନିର୍ବାଚନ ଲଢ଼ିବି କି ନାହିଁ ତାହା ଦଳ ନିଷ୍ପତ୍ତି ନେବ। ମୁଁ ଶୃଙ୍ଖଳିତ କର୍ମୀ ଭଳି କାମ କରିବି।
କିଛି ମାସ ତଳେ ପାଇଲଟ ଚାକିରୀରୁ ସ୍ୱେଚ୍ଛାକୃତ ଭାବେ ଅବସର ନେବା ପରେ ରାଜନୀତିରେ ସାମିଲ ହେବାକୁ ମନ ବଳାଇଥିଲେ ମନ୍ମଥ। ପ୍ରଥମରୁ ବାପାଙ୍କ ପଥ ଅନୁସରଣ କରି ମନ୍ମଥ ମଧ୍ୟ ଜଟଣୀରୁ କଂଗ୍ରେସ ଟିକେଟରେ ଲଢିବା ନେଇ ଚର୍ଚ୍ଚା ହେଉଥିଲା। କିନ୍ତୁ ପରେ ସେ କଂଗ୍ରେସରୁ ଲଢ଼ିବେନି ବୋଲି ସ୍ପଷ୍ଟ କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/03/6701613f-3ea7-492c-9ffa-1e7f41c2ca3c.jpeg)