ଭୁବନେଶ୍ୱର: ପୂର୍ବତଟ ରେଳବାଇର ରେଲୱେ ଟ୍ରାଫିକ ସର୍ଭିସ(ଆଇଆରଟିଏସ) ଅଫିସର ମନୋଜ କୁମାର ମିଶ୍ର ରେଳବାଇ ସେବାରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଇସ୍ତଫାକୁ ରାଷ୍ଟ୍ରପତି ସ୍ୱୀକାର କରିଛନ୍ତି। ଏନେଇ ନେଇ କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ସୂଚନା ଜାରି ହୋଇଛି। ତେବେ ଶ୍ରୀ ମିଶ୍ର ରେଳବାଇ ସେବାରୁ ଇସ୍ତଫା ଦେଇଥିଲେ ମଧ୍ୟ ଓଡ଼ିଶା ସରକାରଙ୍କ ବିଭିନ୍ନ ସଚିବ ପଦବିରେ କାର୍ଯ୍ୟ ଜାରି ରଖିବେ ବୋଲି ଜଣାପଡ଼ିଛି।
/sambad/media/post_attachments/wp-content/uploads/2022/12/1661781909418.jpg)
ମିଳିଥିବା ସୂଚନା ଅନୁସାରେ, ୧୯୯୯ ବ୍ୟାଚ୍ ଆଇଆରଟିଏସ୍ ମନୋଜ କୁମାର ମିଶ୍ର ୨୦୧୭ ମସିହାରେ ଓଡ଼ିଶାକୁ ଡେପୁଟେସନରେ ଆସିଥିଲେ। ସେ ସଂପ୍ରତି ମୁଖ୍ୟମନ୍ତ୍ରୀଙ୍କ ଓଏସଡି,ବାଣିଜ୍ୟ ଓ ପରିବହନ ବିଭାଗର ସ୍ୱତନ୍ତ୍ର ସଚିବ, ରେଳ କୋଅର୍ଡିନେସନ କମିସନର, ରାଜ୍ୟ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ସଚିବ ଓ ଓକାକ୍ ଚେୟାରମ୍ୟାନ୍ ଭାବେ କାର୍ଯ୍ୟରତ ଅଛନ୍ତି। ରାଜ୍ୟ ସରକାରଙ୍କ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ମଧ୍ୟ ସେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ଜଣାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/12/a8d1b0a8-65d1-41ac-b731-e5629689bb53.jpg)