ଭୁବନେଶ୍ବର : ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଅଧୀନ ରାମନାରାୟଣ ମହାବିଦ୍ୟାଳୟ ଷଷ୍ଠ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶରେ ଅନିୟମିତ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ଉଚ୍ଚଶିକ୍ଷା ବିଭାଗ ନିକଟରେ ଅଭିଯୋଗ ହେବା ପରେ ଯାଞ୍ଚ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ ନିର୍ଦେଶ ଦିଆଯାଇଛି। ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ ସୁରେନ୍ଦ୍ର କୁମାର ପଣ୍ଡା ଆଜି ବ୍ରହ୍ମପୁର ଆଞ୍ଚଳିକ ଶିକ୍ଷା ନିର୍ଦେଶକଙ୍କୁ ଲେଖିଥିବା ଚିଠିରେ କହିଛନ୍ତି ଯେ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର କିଛି ଛାତ୍ରଛାତ୍ରୀଙ୍କ ମାର୍କକୁ ପରିବର୍ତ୍ତନ କରାଯାଇଛି। ଏହି ଘଟଣାକୁ ଗମ୍ଭୀରତା ସହ ନେଇ ତଦନ୍ତ କରିବାକୁ କୁହାଯାଇଛି। ତଦନ୍ତରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ସହ ଏ ନେଇ ବିଭାଗକୁ ଅବଗତ କରିବାକୁ କୁହାଯାଇଛି।
ମାର୍କ ଜାଲିଆତି ଅଭିଯୋଗ: ତଦନ୍ତ ନିର୍ଦେଶ ଦେଲା ଉଚ୍ଚଶିକ୍ଷା ବିଭାଗ
/sambad/media/post_attachments/wp-content/uploads/2021/09/ramnarayan-college.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)