କରୋନା ଲକ୍ଷଣ ଥିଲେ, ଘରେ ରହି ଟିଭିରେ ରଥଯାତ୍ରା ଦେଖନ୍ତୁ: ସ୍ୱାସ୍ଥ୍ୟ ନିର୍ଦେଶକ

Advertisment
କରୋନା ଲକ୍ଷଣ ଥିଲେ, ଘରେ ରହି ଟିଭିରେ ରଥଯାତ୍ରା ଦେଖନ୍ତୁ: ସ୍ୱାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ବର: ରଥଯାତ୍ରା ପାଇଁ ପୁରୀରେ ମାସ୍କ ବାଧ୍ୟତାମୂଳକ କରାଯାଇଛି। ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ ରାଜ୍ୟରେ କୋଭିଡ ସଂକ୍ରମଣ ଲଗାତାର ଉପର ମୁହାଁ ହେଉଥିବା ଯୋଗୁଁ ଏବଂ ପୁରୀରେ ସଂକ୍ରମଣ ଥିବା ହେତୁ ଏଭଳି ନିଷ୍ପତ୍ତି ନିଆଯାଇଛି। ସେ ଆହୁରି କହିଛନ୍ତି, ଯେଉଁମାନଙ୍କଠାରେ କରୋନାର ଲକ୍ଷଣ ରହିଛି, ସେମାନେ ପୁରୀ ନ ଆସି ଘରେ ରହି ଟିଭିରେ ରଥଯାତ୍ରା ଦେଖିବା ଭଲ। ରଥଯାତ୍ରା ପାଇଁ ପୁରୀ ଷ୍ଟେସନ, ବସ୍‌ଷ୍ଟାଣ୍ଡ, ବଡ଼ଦାଣ୍ଡରେ ହେଲଥ୍‌ କ୍ୟାମ୍ପ ଖୋଲିବ ଲକ୍ଷଣ ଥିଲେ ଚିକିତ୍ସା କରାନ୍ତୁ।

publive-image

ରାଜ୍ୟରେ କରୋନା ସଂକ୍ରମଣ ପୁଣି ଥରେ ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଜୁଲାଇ ୧ ତାରିଖରେ ହେବ। ରଥଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ରାଜ୍ୟ ସରକାର ପୁରୀ ଜିଲ୍ଲା ପ୍ରଶାସନକୁ କୋଭିଡ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ରଥଯାତ୍ରା ସମୟରେ କୋଭିଡ-୧୯ ପଜିଟିଭ୍ ରୋଗୀଙ୍କୁ ଚିକିତ୍ସା ଯୋଗାଇବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ପବିତ୍ର ରଥଯାତ୍ରାରେ ପୁରୀରେ ଲୋକାରଣ୍ୟ ହେବାକୁ ଥିବାରୁ ସ୍ବାସ୍ଥ୍ୟ ବିଭାଗର ପ୍ରମୁଖ ସଚିବ ଏନ୍‌ବି ଧଳ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ କୋଭିଡ କେୟାର ସେଣ୍ଟର, ଅକ୍ସିଜେନ ସୁବିଧାଯୁକ୍ତ ବେଡ, ଆଇସିୟୁ  ଓ ଏଚ୍‌ଡିୟୁ ପ୍ରସ୍ତୁତ ରଖିବାକୁ କହିଛନ୍ତି। ଏଥି ସହିତ ଶ୍ରୀ ଧଳ କହିଛନ୍ତି ଯେ, ଯେଉଁ ବ୍ୟକ୍ତିମାନେ କୋଭିଡ ଲକ୍ଷଣ ଦେଖାଯାଉଛନ୍ତି, ରଥଯାତ୍ରା ସମୟରେ ପୁରୀକୁ ନଆସନ୍ତୁ। ସ୍ବତନ୍ତ୍ର ଶିବିର ମାଧ୍ୟମରେ ଲୋକଙ୍କୁ ଦ୍ବିତୀୟ ଡୋଜ୍‌ ଓ ପ୍ରିକ୍ସନ ଡୋଜ ଟିକା ଦେବା ପାଇଁ ସେ କହିଛନ୍ତି। ସେହିଭଳି ନମୁନା ସଂଗ୍ରହ ଓ ପରୀକ୍ଷାକୁ ଗୁରୁତ୍ବ ଦିଆଯିବା ପାଇଁ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe