ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

Advertisment
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ ଘଟିଛି। ଆଜି ସକାଳ ୬ଟା ୫୯ ମିନିଟ୍ ସମୟରେ ତାଙ୍କର ପରଲୋକ ଘଟିଥିବା ନେଇ ଏକମାତ୍ର ପୁଅ ମସୁଦ ଅଲ୍ଲୀ ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ଗତ ୭ ତାରିଖରେ ଅସୁସ୍ଥତା ଅନୁଭବ କରିବାରୁ ଶେଖ୍ ମତଲୁବ ଅଲ୍ଲୀଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଥିବା ସମୟରେ ତାଙ୍କର ପରଲୋକ ଘଟିଛି।

publive-image image source-susantasarangi.wordpress.com

ରାଜ୍ୟର ଜଣେ ଜଣାଶୁଣା ରାଜନେତା  ଶେଖ୍ ମତଲୁବ ଅଲ୍ଲୀ ୧୯୪୨ ମସିହା ଡିସେମ୍ବର ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ। ସେ କଂଗ୍ରେସ ଟିକେଟରେ ୪ଥର କଟକ ଜିଲ୍ଲାର ମାହାଙ୍ଗା ନିର୍ବାଚନମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଏବଂ ପ୍ରତ୍ୟେକ ଥର ତାଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିଥିଲା। ସେ ଗ୍ରାମ୍ୟ ଉନ୍ନୟନ, ଉଚ୍ଚଶିକ୍ଷା ଭଳି ଅଧିକାଂଶ ଗୁରୁତ୍ତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ସେ ଜଣେ ସାହିତ୍ୟିକ ଓ ସଂସ୍କୃତିପ୍ରେମୀ ବ୍ୟକ୍ତି ଭାବେ ବେଶ୍ ଜଣାଶୁଣା ଥିଲେ। ଗଣକବି ବୈଷ୍ଣବ ପାଣିଙ୍କ କୃତିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ଥିଲା। ତାଙ୍କ ବିୟୋଗରେ ରାଜନୈତିକ ଏବଂ ସାଂସ୍କୃତିକ ମହଲରେ ଶୋକର ଛାୟା ଖେଳିଯାଇଛି।

ମାହାଙ୍ଗା ମାଟିର ସୁଯୋଗ୍ୟ ସନ୍ତାନ, ସାରସ୍ୱତ ସାଧକ, ବିଶିଷ୍ଟ କବି, ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ବିୟୋଗରେ  ମନ୍ତ୍ରୀ  ପ୍ରତାପ ଜେନା ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇବା ସହିତ ଶୋକ ବ୍ୟକ୍ତ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ସଦସ୍ୟମାନଙ୍କୁ ସମବେଦନା ଜଣାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe