ମାଟ୍ରିକ ପରୀକ୍ଷା ଖାତାଦେଖା ଆରମ୍ଭ: ୪୮୧ ଜଣ ମୁଖ୍ୟ ପରୀକ୍ଷକ ନିୟୋଜିତ

କଟକ: ଆଜି(ଶନିବାର)ଠାରୁ ମାଟ୍ରିକ ପରୀକ୍ଷା ଖାତାଦେଖା ଆରମ୍ଭ ହୋଇଛି। ରାଜ୍ୟର ୫୮ଟି କେନ୍ଦ୍ରରେ ଖାତାଦେଖା ଚାଲିଛି। ଖାତା ମୂଲ୍ୟାୟନ ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକ ନିୟୋଜିତ ହୋଇଛନ୍ତି। ସେହିପରି ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଏବଂ ୯୩୦ ଜଣ ସ୍କ୍ରୁଟିନାଇଜରଙ୍କୁ ନିଯୁକ୍ତି ଦିଆଯାଇଛି। ଦିନ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଖାତାଦେଖା ଜାରି ରହିବ। ପରୀକ୍ଷକମାନେ ୨୦ ତାରିଖରୁ ଖାତାଦେଖା କେନ୍ଦ୍ରରେ ପହଞ୍ଚି ସାରିଛନ୍ତି। ଖାତାଦେଖା ପରେ ଅନଲାଇନରେ ମାର୍କ ଅପଲୋଡିଂ ହେବ। ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ୍, ମଧ୍ୟମା, ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ସରିଛି। ଏ ବ‌ର୍ଷ ମୋଟ ୫୮୫୭୩୦ ପରୀକ୍ଷାର୍ଥୀ ରାଜ୍ୟର ୩୫୪୦ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି। ୩୧୫ଟି ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ସାଇତି ରଖାଯାଇଥିଲା। ଏହା ମଧ୍ୟରେ ୨୧ଟି ଥାନାକୁ ନୋଡାଲ ସେଣ୍ଟର କରାଯାଇଥିଲା। ପରୀକ୍ଷା ପରିଚାଳନାରେ ରାଜ୍ୟର ୩୫ ହଜାରରୁ ଅଧିକ ଶିକ୍ଷକଶିକ୍ଷୟିତ୍ରୀଙ୍କୁ ନିୟୋଜିତ କରାଯାଇଥିଲା।

 

ସମ୍ବନ୍ଧିତ ଖବର