କଟକ: ମାର୍ଚ୍ଚ ୧୦ ତାରିଖରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ହେବ। ଏନେଇ ବୋର୍ଡ ପକ୍ଷରୁ ଜାରି କରାଯାଇଛି ପରୀକ୍ଷା ସୂଚୀ। ମାଟ୍ରିକ ପରୀକ୍ଷା ସହ ମଧ୍ୟମା, ଓପନ ସ୍କୁଲ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ। ସକାଳ ୮ଟା ରୁ ୧୦ଟା ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ ବୋଲି ଜଣାଯାଇଛି। ଏହି ପରୀକ୍ଷା ୧୦ ତାରିଖରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।
ଚଳିତବର୍ଷ ୫ ଲକ୍ଷ ୩୨ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ହାଇସ୍କୁଲ ସାଟିଫିକେଟ ପରୀକ୍ଷା ପାଇଁ ଫର୍ମ ଫିଲଅପ୍ କରିଥିବା ବେଳେ ୩୦୨୯ଟି କେନ୍ଦ୍ରରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ। ଏଥିପାଇଁ ୩୧୬ଟି ନୋଡାଲ ସେଣ୍ଟର କରିଛି ବୋର୍ଡ। ମାଓ ଅଧ୍ୟୁଷିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି। କନ୍ଧମାଳରେ ୭ଟି କୋରାପୁଟରେ ୫ ମାଲକାନାଗିରିରେ ୧୦ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି। ସେହିଭଳି ମଧ୍ୟମା ପାଇଁ ୨୯୧୪ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ଟି କେନ୍ଦ୍ରରେ ପରୀକ୍ଷା ଦେବାକୁ ବ୍ୟବସ୍ଥା ହୋଇଛି ଏବଂ ଓପନ ସ୍କୁଲ ପରୀକ୍ଷାରେ ୭୧୮୧ ପରୀକ୍ଷାର୍ଥୀ ୧୪୬ଟି ସେଣ୍ଟରରେ ପରୀକ୍ଷା ଦେବେ। ସମ୍ମେଟିଭ ୧ ପରୀକ୍ଷା କେନ୍ଦ୍ରରେ ହିଁ ସମ୍ମେଟିଭ ୨ ପରୀକ୍ଷା ଅନୁଷ୍ଠିତ ହେବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/02/ea89a971-4882-40a4-9d71-5d67481dba37.jpg)