କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୩ ମାଟ୍ରିକ୍‌ (ଦଶମ), ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଫଳ ଆଜି(ମେ ୧୮) ଦିନ ୧୦ଟାରେ ପ୍ରକାଶ ପାଇବ। କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଦିନ ୧୦ଟାରେ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତ‌ିରେ ପରୀକ୍ଷାଫଳ ପ୍ରକାଶ ପାଇବ। ଦିନ ୧୨ଟା ସୁଦ୍ଧା ୱେବ୍‌ସାଇଟ୍‌ ଓ ଏସ୍‌ଏମ୍‌ଏସ୍‌ ଜରିଆରେ ପରୀକ୍ଷାଫଳ ଉପଲବ୍ଧ ହୋଇଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀ ନିଜ ମୋବାଇଲରୁ ପରୀକ୍ଷାଫଳ ଜାଣିବାକୁ ହେଲେ OR10 ନିଜର ରୋଲ୍‌ ନମ୍ବର ଲେଖି 5676750 ନମ୍ବରକୁ ଏସ୍‌ଏମ୍‌ଏସ୍‌ କଲେ ପରୀକ୍ଷାଫଳ ଜାଣିପାରିବେ। ଏହା ବ୍ୟତୀତ ବୋର୍ଡର ୱେବ୍‌ସାଇଟ୍‌ www.bseodisha.ac.in ରେ ମଧ୍ୟ ପରୀକ୍ଷାଫଳ ଉପଲବ୍ଧ ହେବ ବୋଲି ଡକ୍ଟର ମହାନ୍ତି ସୂଚନା ଦେଇଛନ୍ତି।

Advertisment

ସୂଚନାଯୋଗ୍ୟ ଯେ ଚଳିତବର୍ଷ ୫ଲକ୍ଷ ୪୧ହଜାର ୨୪୭ଜଣ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିବା ବେଳେ ୫ଲକ୍ଷ ୩୨ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ମାର୍ଚ୍ଚ ୧୦ରୁ ୨୦ତାରିଖ ପର୍ଯ୍ୟନ୍ତ ରାଜ୍ୟର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏପ୍ରିଲ୍‌ ୩ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୫୫ଟି କେନ୍ଦ୍ରରେ ଖାତା ମୂଲ୍ୟାୟନ କରାଯାଇଥିଲା।

‘ସମ୍ବାଦ’ ପରିବାରର ‌ହେଲ୍‌ପ ଲାଇନ୍‌

ମାଟ୍ରିକ୍‌ ପରୀକ୍ଷା ଫଳ ଇଣ୍ଟରନେଟ୍‌ରେ ପ୍ରକାଶ ପାଇବ। ତେବେ ଅନେକ ଅଞ୍ଚଳରେ ଇଣ୍ଟରନେଟ୍‌ ସୁବିଧା ନ ଥିବାରୁ ଫଳ ଜାଣିବାରେ ସମସ୍ୟା ଦେଖାଦେଇପାରେ। ଏହାକୁ ଦୃଷ୍ଟିରେ ରଖି KMBB Science Higher Secondary School ସହଯୋଗରେ ‘ସମ୍ବାଦ’ ପରିବାର ପକ୍ଷରୁ Helpline ବ୍ୟବସ୍ଥା କରାଯାଇଛି। ଆଗ୍ରହୀ ଛାତ୍ରଛାତ୍ରୀ ନିମ୍ନଲିଖିତ ମୋବାଇଲ୍‌ ନମ୍ବରରେ ଯୋଗାଯୋଗ କରି ଫଳାଫଳ ଜାଣିପାରିବେ।

୭୩୨୮୮୨୦୩୪୦
୯୧୨୪୪୧୭୩୪୦
୭୩୨୮୮୨୦୩୪୧
୮୨୪୯୬୩୦୬୪୨
୮୬୫୮୩୪୭୭୧୫