ଭୁବନେଶ୍ବର: ଜୁଲାଇ ୬ ତାରିଖ ଦିନ ଗୋଟାଏ ବେଳେ ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାଶ। ଅପରପକ୍ଷରେ ଜୁଲାଇ ଶେଷ ସପ୍ତାହରେ ଦ୍ବାଦଶ ପରୀକ୍ଷା ଫଳ ପ୍ରକାଶ ପାଇବ। ମାଟ୍ରିକ ରେଜଲ୍ଟ bseodisha.ac. in ଏବଂ odisharesult. nic. in ରେ ଉପଲବ୍ଧ ହେବ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସେ ଏହି ଘୋଷଣା କରିଛନ୍ତି।
ପୂର୍ବରୁ ଓ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ସୂଚନା ଦେଇଥିଲେ। ସେ କହିଥିଲେ, ଏବେ ମାଟ୍ରିକ୍ ପରୀକ୍ଷା ଖାତା ଦେଖା ସରିଥିବା ବେଳେ ଅନ୍ୟାନ୍ୟ ଆନୁସାଙ୍ଗିକ କାର୍ଯ୍ୟ ଚାଲିଛି। ନିର୍ଭୁଲ ପରୀକ୍ଷାଫଳ ପ୍ରକାଶ ପାଇଁ ଉଦ୍ୟମ ଜାରି ରହିଛି। ଖୁବ୍ ଶୀଘ୍ର ପରୀକ୍ଷାଫଳ ପ୍ରକାଶ ପାଇବାର ତାରିଖ ଘୋଷଣା ହେବ ବୋଲି ସେ କହିଥିଲେ।
ସୂଚନାଯୋଗ୍ୟ ଯେ କରୋନା ମହାମାରୀ ଯୋଗୁଁ ୨ବର୍ଷ ପରେ ଏଥର ଅଫଲାଇନରେ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ। ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ରୁ ମେ ୭ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିଥିଲା। ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ।
ମେ’ ୨୧ରେ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ରେଗୁଲାର ପରୀକ୍ଷା ସହିତ ଏସ୍ଓସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ ହୋଇଥିଲା। ରାଜ୍ୟର ମୋଟ୍ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହୋଇଥିଲା। ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକଙ୍କ ସହ ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଓ ୯୩୦ ଜଣ ସ୍କ୍ରୁଟିନାଇଜର ଏଥିରେ ନିୟୋଜିତ ହୋଇଥିଲେ।
ଜୁଲାଇ ୬ରେ ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ ପାଇବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ଜୁଲାଇ ଶେଷ ସପ୍ତାହରେ ଦ୍ବାଦଶ ପରୀକ୍ଷା ଫଳ
/sambad/media/post_attachments/wp-content/uploads/2022/07/e74f4082-8d30-4ff3-8e39-6b7812743b10.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)