ଚଳିତମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳାଫଳ

ଭୁବନେଶ୍ବର: କେବେ‌ ମାଟ୍ରିକ୍‌ ଫଳାଫଳ ପ୍ରକାଶ ପାଇବ ସେ ନେଇ ପରୀକ୍ଷାର୍ଥୀଙ୍କ ମନରେ ଯେଉଁ ଉତ୍ସୁକତା ରହିଥିଲା। ଏବେ  ତାହା ଖୁବ୍‌ ଶୀଘ୍ର ଶେ‌ଷ ହେବାକୁ ଯାଉଛି। ଚଳିତ ମାସ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ରହିଛି। ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏ ‌ସଂକ୍ରାନ୍ତରେ ସୂଚନା ପ୍ରଦାନ କରାଯାଇଛି। ଜୁଲାଇ ମାସ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା  କହିଛନ୍ତି। ଇତିମଧ୍ୟରେ ଖାତାଦେଖା ଶେଷ ହେବା ସହିତ ଟାବୁଲେସନ୍ ପ୍ରକ୍ରିୟା ପ୍ରାୟତଃ ଶେଷ ହୋଇଥିବା ସୂଚନା ରହିଛି।

ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ଆସନ୍ତା ଜୁଲାଇ ୩୧ ତାରିଖରେ ମାଟ୍ରିକ୍‌ ପରୀକ୍ଷା ଫଳ ସୁଦ୍ଧା ପାଇବ ବୋଲି ପୂର୍ବରୁ  ସୂଚନା ଦେଇଥିଲେ।  ଚଳିତ ବର୍ଷ ୫.୬ ଲକ୍ଷ ଛାତ୍ରଛାତ୍ରୀ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ। ଓଡ଼ିଶାରେ ୨ ହଜାର ୮୮୮ କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷା ହୋଇଥିଲା । ୧୦୦୦ଟି ସମ୍ବେଦନଶୀଳ କେନ୍ଦ୍ରରେ ସିସିଟିଭି ଲଗାଯାଇଥିଲା । ତେବେ ପରୀକ୍ଷା ପରେ ୬୦ଟି କେନ୍ଦ୍ରରେ ଖାତା ଦେଖା ଚାଲିଥିଲା। ଖାତାଦେଖା ପାଇଁ ୧୫ ହଜାର ଶିକ୍ଷକ ନିଯୁକ୍ତ ହୋଇଥିଲେ ।

ସମ୍ବନ୍ଧିତ ଖବର