ବାଲେଶ୍ୱର: ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାଶ। ଆଜି ବାଲେଶ୍ବରରେ ସାମ୍ବାଦିକମାନଙ୍କ ପ୍ରଶ୍ନର ଉତ୍ତରରେ ସେ ଏହା କହିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଆହୁରି କହିଛନ୍ତି, ଏବେ ମାଟ୍ରିକ୍ ପରୀକ୍ଷା ଖାତା ଦେଖା ସରିଥିବା ବେଳେ ଅନ୍ୟାନ୍ୟ ଆନୁସାଙ୍ଗିକ କାର୍ଯ୍ୟ ଚାଲିଛି। ନିର୍ଭୁଲ ପରୀକ୍ଷାଫଳ ପ୍ରକାଶ ପାଇଁ ଉଦ୍ୟମ ଜାରି ରହିଛି। ଖୁବ୍ ଶୀଘ୍ର ପରୀକ୍ଷାଫଳ ପ୍ରକାଶ ପାଇବାର ତାରିଖ ଘୋଷଣା ହେବବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ ଯେ କରୋନା ମହାମାରୀ ଯୋଗୁଁ ୨ବର୍ଷ ପରେ ଏଥର ଅଫଲାଇନରେ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ। ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ରୁ ମେ ୭ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିଥିଲା। ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ।
ମେ’ ୨୧ରେ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ରେଗୁଲାର ପରୀକ୍ଷା ସହିତ ଏସ୍ଓସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ ହୋଇଥିଲା। ରାଜ୍ୟର ମୋଟ୍ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହୋଇଥିଲା। ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକଙ୍କ ସହ ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଓ ୯୩୦ ଜଣ ସ୍କ୍ରୁଟିନାଇଜର ଏଥିରେ ନିୟୋଜିତ ହୋଇଥିଲେ।
ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ ପାଇବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
Advertisment
Follow Us