ମାଟ୍ରିକ ପରୀକ୍ଷାର୍ଥୀଙ୍କ ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ: ରାସ୍ତାରୋକ

Advertisment
ମାଟ୍ରିକ ପରୀକ୍ଷାର୍ଥୀଙ୍କ ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ: ରାସ୍ତାରୋକ

ସୁନ୍ଦରଗଡ଼: ଆଜି ଭୋର୍ ୫ଟାରେ ସୁନ୍ଦରଗଡ଼- ହେମଗିର ରାସ୍ତା ଚକ୍ରାମାଲ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକରେ ଯାଉଥିବା ଜଣେ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ (ଓଡି ୨୩ ଜି ୯୨୧୩) ଧକ୍କା ଦେଇ ତାଙ୍କ ମୁଣ୍ଡ ଉପରକୁ ଚଢ଼ିଯାଇଥିଲା। ଘଟଣାସ୍ଥଳରେ ହିଁ ସମ୍ପୃକ୍ତ ଛାତ୍ରଙ୍କ ଶୋଚନୀୟ ମୃତ୍ୟୁ ହୋଇଯାଇଛି। ମୃତକ ହେଲେ ସର୍ଗିପାଲି ଢେଲସରାର ଅର୍ମନ ରାଏ। ସେ ନିଆଲିପାଲି ହାଇସ୍କୁଲ କେନ୍ଦ୍ରରେ ପରୀକ୍ଷା ଦେଉଥିଲେ।

ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିବାବେଳେ ପ୍ରତିବାଦରେ ଲୋକେ ରାସ୍ତାରୋକ କରିଛନ୍ତି, ଯାହାଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଶହଶହ ଗାଡ଼ିମଟର ଅଟକି ରହିଛି। ଜିଲ୍ଲା ପରିଷଦ ସଭାପତି କୁନ୍ତୀ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe