୧୨ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ପ୍ରକାଶ ପାଇଛି। ସେହିପରି ନବରଙ୍ଗପୁର, କଳହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ସୋନପୁର, ବୌଦ୍ଧ, ମୟୁରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ବିଜୁଳି ଓ ଘଡ଼ଘଡ଼ି ସମୟରେ ଏହି ଜିଲ୍ଲାର ବାସିନ୍ଦାଙ୍କୁ ବାହାରକୁ ବାହାରିବା ପାଇଁ ବାରଣ କରାଯାଇଛି।

ଆସନ୍ତା ୧୫ରୁ ୧୬ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଗଜପତି. ଗଞ୍ଜାମ, ପୁରୀ, ରାୟଗଡ଼ା, ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବି ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି। ୧୮ରୁ ୧୯ ତାରିଖ ମଧ୍ୟରେ ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, କୋରାପୁଟ, କନ୍ଧମାଳ, କଳାହାଣ୍ଡି, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ।

ସମ୍ବନ୍ଧିତ ଖବର