Hindustan Times
ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ଥିବା ବୁଧବାର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ତେବେ ଏନେଇ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ,ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ସମେତ ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ କଟକ ଆଦି ଜିଲ୍ଲାର ବାସିନ୍ଦାଙ୍କୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ଆଜି ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ୨୩ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି କୁହାଯାଉଛି।
ଗତକାଲି ରାଜ୍ୟର ବରଗଡ଼ ଜିଲ୍ଲାରେ ୭ମିିମି, ନବରଙ୍ଗପୁରରେ ୩ମିମି, ବରଗଡ଼ରେ ୩ମିମି, ବଲାଙ୍ଗୀରରେ ୧ମିମି, କଳାହାଣ୍ଡିରେ ୧ମିିମି, ଗଜପତିରେ ୧ମିମି ଓ କନ୍ଧମାଳରେ ୧ ମିମି ବର୍ଷା ରେକର୍ଡ କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ରେ ସର୍ବାଧିକ ୩୯.୦ ଡିଗ୍ରି ସେଲସିୟସ୍ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ମାଲକାନଗିରିରେ ୧୮.୫ ଡିଗ୍ରି ସେଲସିୟସ୍ ସର୍ବନମ୍ନ ତାପମାତ୍ରା ରେକର୍ଡ କରାଯାଇଛି।
Follow Us