ଆଜି ମୟୂରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଥିବା ତିନି କରୋନା ଆକ୍ରାନ୍ତ କପ୍ତିପଦା ବ୍ଲକର, ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଛୁଇଁଲା

ବାରିପଦା: ଆଜି ମୟୂରଭଞ୍ଜ ଜିଲ୍ଲାରୁ ତିନି ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିl କରୋନା ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତିମାନେ କପ୍ତିପଦା ବ୍ଲକର ବୋଲି ସୂଚନା ମିଳିଛି। ଏମାନେ ସମସ୍ତେ ସୁରତ ଫେରନ୍ତା ବୋଲି ବି ଜଣାଯାଇଛି।
ଏହାଫଳରେ ମୟୂରଭଞ୍ଜ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଛୁଇଁଛି l କେହି ସୁସ୍ଥ ହୋଇ ନଥିବା ଯୋଗୁ ଏବେ ଜିଲ୍ଲାରେ ସକ୍ରିୟଙ୍କ ସଂଖ୍ୟା ୭ରେ ରହିଛି। ଏମାନେ ସମସ୍ତେ କପ୍ତିପଦା ବ୍ଲକର ବୋଲି ଜଣାଯାଇଛି। ସମସ୍ତେ ସଙ୍ଗରୋଧରେ ଥିବାର ସୂଚନା ମିଳିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ୧୮ଟି ଜିଲ୍ଲାରୁ ମୋଟ ୨୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ଦ୍ୱିତୀୟ ସର୍ବାଧିକ ୫୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭ ଜଣ, ଭଦ୍ରକ ଜିଲ୍ଲାରୁ ୨୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏତଦ ବ୍ୟତୀତ କୋରାପୁଟ, ଦେବଗଡ଼, ଢେଙ୍କାନାଳ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

The News Minute

ରାଜ୍ୟରେ ଏଯାଏଁ ୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୨୧୯ଜଣ ସକ୍ରିୟ ଆକାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । କରୋନା ସଂକ୍ରମଣରେ କେବଳ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛନ୍ତି ।

ସମ୍ବନ୍ଧିତ ଖବର