Advertisment

ବଲାଙ୍ଗୀର ମେଡିକାଲ କଲେଜ ହଷ୍ଟେଲରୁ ଖସି ଏମ୍‌ବିବିଏସ୍‌ ଛାତ୍ରଙ୍କ ମୃତ୍ୟୁ

Advertisment
ବଲାଙ୍ଗୀର ମେଡିକାଲ କଲେଜ ହଷ୍ଟେଲରୁ ଖସି ଏମ୍‌ବିବିଏସ୍‌ ଛାତ୍ରଙ୍କ ମୃତ୍ୟୁ

ବଲାଙ୍ଗୀର: ଏମ୍‌ବିବଏସ୍‌ ଛାତ୍ରଙ୍କ ହଷ୍ଟେଲ ଛାତରୁ ଖସି ପଡ଼ି ମୃତ୍ୟୁ ହୋଇଛି। ବଲାଙ୍ଗୀରସ୍ଥିତ ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲର ହଷ୍ଟେଲରେ ଆଜି ଅପରାହ୍ନରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ଛାତ୍ର ହେଲେ ହରିୟାଣାର ନିଶାନ୍ତ କୁମାର।

ସୂଚନା ଅନୁସାରେ ଆଜି ଅପରାହ୍ନ ସମୟରେ ଭୀମଭୋଇ ମେଡିକାଲ କଲେଜର ଏମ୍‌ବିବିଏସ୍‌ ପ୍ରଥମ ବର୍ଷର ଛାତ୍ର ନିଶାନ୍ତ କୁମାାର ହଷ୍ଟେଲରେ ମଧ୍ୟାହ୍ନ ଭୋଜନ କରିଥିଲେ। ଅନ୍ୟ ଦିନ ଭଳି ସାଙ୍ଗସାଥୀଙ୍କ ସହିତ ମଧ୍ୟାହ୍ନ ଭୋଜନ କରିଥିଲେ। କିନ୍ତୁ ପରେ ତାଙ୍କର ମୃତଦେହ ଉଦ୍ଧାର ହୋଇଥିଲା। ମୃତକ ହରିୟାଣାର ନିବାସୀ ଥିଲେ ଏବଂ ମେଡିକାଲ କଲେଜର  ନ୍ୟୁ ଏବଜ୍‌ ହଷ୍ଟେଲରେ ରହୁଥିଲେ।

ତେବେ ମଧ୍ୟାହ୍ନ ଭୋଜନ ପରେ ଛାତ ଉପରକୁ କାହିଁକି ଯାଇଥିଲେ। ସେ ଯେତ‌େବେଳେ ଛାତ ଉପରକୁ ଯାଇଥିଲେ, ଅନ୍ୟମାନେ କେମିତି ଜାଣିପାରିଲେ ନାହିଁ, ଏବାବଦରେ ରିପୋର୍ଟ ଲେଖାଯିବା ବେଳକୁ ଜଣାପଡ଼ି ପାହିଁ। ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ହିଁ ପ୍ରକୃତ କାରଣ ଜଣାପଡ଼ିବ ବୋଲି ଆଶା କରାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe