ପୁରୀ: ଓଡ଼ିଶା ଉଚ୍ଚ ନ୍ୟାୟଳୟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ନବଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଆରମ୍ଭ ହୋଇଛି। ଏଥିରେ ନୂଆ କମିଟିର ସଦସ୍ୟ ଡା. ସି ବି କେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍‌ ରାଜୀବ ସାହୁ, ଅବସରପ୍ରାପ୍ତ ଆଇଏଏସ୍‌ ଜଗଦୀଶ ମହାନ୍ତି, ଅବସରପ୍ରାପ୍ତ ଆଇପିଏସ୍‌ ପ୍ରକାଶ ମିଶ୍ର, ହରିହର ହୋତା, ଗଜପତି ମହାରାଜାଙ୍କ ପ୍ରତିନିଧି, ଏଏସ୍‌ଆଇ ପ୍ରତିନିଧି, ସେବାୟତ ମଧୁସୂଦନ ସିଂହାରୀ, ଛତିଶାନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଜଗନ୍ନାଥ ଦାସମହାପାତ୍ର, ସୌମେନ୍ଦ୍ର ମୁଦଲି, ପୁରୀ ଜିଲ୍ଲାପାଳ ସଦସ୍ୟ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆବାହକ ପ୍ରମୁଖ ଉପସ୍ଥିତ ରହିଛନ୍ତି। କେବଳ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବିଦେଶରେ ଥିବା କାରଣରୁ ବୈଠକରେ ଅନୁପସ୍ଥିତ ଥିଲେ।

Advertisment

ଏହି ବୈଠକରେ ରତ୍ନଭଣ୍ଡାର ଖୋଲିବା, ଗଣତି ମଣତି ନେଇ ଆଲୋଚନା ହେବ। ଏନେଇ ବୈଠକରେ କୌଣସି ନିଷ୍ପତ୍ତି ହୋଇପାରେ।