ଭୁବନେଶ୍ବର: ବିଭିନ୍ନ ବର୍ଗରେ ଲୋକଙ୍କୁ ମିଳୁଥିବା ସରକାରୀ ଭତ୍ତା ପରିମାଣ ବୃଦ୍ଧି ପାଇବ। ଏହି ଭତ୍ତା ଟଙ୍କାକୁ ସର୍ବନିମ୍ନ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏନେଇ ଘୋଷଣା କରିଛନ୍ତି ସାମାଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତାକୁ ଗୁରୁତ୍ୱ ଦିଆଯିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ। ସେ ନେଇ ପ୍ରସ୍ତୁତି ଚାଲିଛି ଏବଂ ଅର୍ଥ ବିଭାଗ ସହ ବିସ୍ତୃତ ଆଲୋଚନା ପରେ ଏହାକୁ କାର୍ଯ୍ୟକାରୀ କରାଯିବ ବୋଲି ଗଣଶିକ୍ଷା ତଥା ସାମାଜିକ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି।
ସର୍ବନିମ୍ନ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ ସରକାରୀ ଭତ୍ତା: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
/sambad/media/post_attachments/wp-content/uploads/2024/07/da49283e-6567-4396-b2db-6958eae1a232.jpeg)