ଫସଲ କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟ ‌ପାଇଁ କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ

Advertisment
୬୩୮ ନୂତନ ଅଧ୍ୟାପକ ଏବଂ ଅଧ୍ୟାପିକାଙ୍କୁ ନିଯୁକ୍ତିପତ୍ର ଦିଆଯାଇଛି: ଉଚ୍ଚଶିକ୍ଷା ମନ୍ତ୍ରୀ

Odisha News Insight

ଭୁବନେଶ୍ବର : ବାତ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର‌ରେ‌ ହୋଇଥିବା କ୍ଷୟକ୍ଷତିର ଆକଳନ କରି ପ୍ରାଥମିକ ରିପୋର୍ଟ ତୁରନ୍ତ ପ୍ରଦାନ କରିବା ପାଇଁ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆଜି ପୂର୍ବାହ୍ନରେ ଭର୍ଚୁଆଲ୍‌ ମାଧ୍ୟମରେ ହୋଇଥିବା ଏହି ବୈଠକରେ ମନ୍ତ୍ରୀ ଶ୍ରୀ ସାହୁ ବାତ୍ୟା ପ୍ରଭାବିତ ଜିଲ୍ଲାରେ କୃଷି, ଉଦ୍ୟାନ କୃଷି, ମତ୍ସ୍ୟ ଓ ପ୍ରାଣ ସମ୍ପଦ ଆଦିର କ୍ଷୟକ୍ଷତି ସମ୍ପର୍କରେ ବିଭାଗୀୟ ସଚିବ ଓ ନିର୍ଦ୍ଦେଶକମାନଙ୍କ ସହ ଆଲୋଚନା କରିଥିଲେ। ଜିଲ୍ଲା ଅଧିକାରୀମାନେ ତୁରନ୍ତ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକ ପରିଦର୍ଶନ କରି କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟ ଓ ପାଣି ସମ୍ପୂର୍ଣ୍ଣ ଛାଡ଼ିଗଲେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦେବାକୁ ସେ କହିଥିଲେ। ଏହା ସହିତ ଗୃହପାଳିତ ପଶୁ ଓ କୁକୁଡ଼ା ଫାର୍ମ କ୍ଷତିଗ୍ରସ୍ତ ହୋଇଥିଲେ ତା'ର ମଧ୍ୟ ରିପୋର୍ଟ ପ୍ରଦାନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବିଭାଗୀୟ ଅଧିକାରୀମାନେ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe