ମନ୍ତ୍ରୀ ପ୍ରତାପ ଜେନା ପୁଣି ଅସୁସ୍ଥ: ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଉଥିବାର ସୂଚନା

Advertisment
ମନ୍ତ୍ରୀ ପ୍ରତାପ ଜେନା ପୁଣି ଅସୁସ୍ଥ: ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଉଥିବାର ସୂଚନା

ଫୁଲବାଣୀ: ପଞ୍ଚାୟତିରାଜ, ନଗର ଉନ୍ନୟନ ତଥା ଆଇନମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ଥିବାର ସୂଚନା ରହିଛି। ତିନିଦିନିଆ କନ୍ଧମାଳ ଗସ୍ତରେ ଥିବା ମନ୍ତ୍ରୀ ପ୍ରତାପ ଜେନା ଫୁଲବାଣୀ ସର୍କିଟ ହାଉସରେ ଥିବା ବେଳେ ଅସୁସ୍ଥ ହୋଇଛନ୍ତି। ଦେହରେ ଜ୍ୱର ସହ ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିବା ନେଇ ସୂଚନା ମିଳିଛି। ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ଡାକ୍ତରୀ ଟିମ୍ ନଜର ରଖିଛି।ଉତ୍ତମ ଚିକିତ୍ସା ପାଇଁ ଆଜି ମନ୍ତ୍ରୀଙ୍କୁ ଭୁବନେଶ୍ୱର ଏୟାରଲିଫ୍ଟ କରାଯାଇପାରେ ବୋଲି ଖବର ଆସୁଛି। ଭୁବନେଶ୍ୱରରୁ ଏୟାର ଆମ୍ବୁଲାନ୍ସ ଫୁଲବାଣୀ ଯାଉଥିବା ସୂଚନା ମିଳିଛି। ଉଭୟ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମ ପାଇଁ କନ୍ଧମାଳ ଗସ୍ତରେ ଥିଲେ ମନ୍ତ୍ରୀ ପ୍ରତାପ ଜେନା । ଶେଷ ଦିନର ତାଙ୍କର ସବୁ କାର୍ଯ୍ୟକ୍ରମ ବାତିଲ ହୋଇଥିବା ଜଣାଯାଇଛି।

ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ ମଧ୍ୟ ପ୍ରତାପ ଜେନା ଅସୁସ୍ଥ ହୋଇଥିଲେ। ସେତେବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ବରର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟ ପରୀକ୍ଷା ସମୟରେ ତାଙ୍କର ଛାତିରେ ଦୁଇଟି ବ୍ଲକେଜ ଥିବା ଜଣାପଡ଼ିଲା। ଏହାପରେ ଅସ୍ତ୍ରୋପଚାର କରି ଦୁଇଟି ଷ୍ଟେଣ୍ଟ ଲଗାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe